ମୁଜାଗଡ଼ ଡାକ ବଙ୍ଗଳା ଉଦ୍‌ଘାଟନ କଲେ ବିଧାୟକ, ଜାଇକା ପ୍ରକଳ୍ପ ୨୦୩୦ ପର୍ଯ୍ୟନ୍ତ ସମ୍ପ୍ରସାରଣ ଯୋଜନା ନେଇ…

ଭଞ୍ଜନଗର,୧୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ଼ ବନ ବିଭାଗ ଡାକ ବଙ୍ଗଳା ରବିବାର ଉଦ୍‌ଘାଟିତ ହୋଇଯାଇଛି । ୩୮ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ବଙ୍ଗଳାକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ସୁରେଶ ପନ୍ତ, ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ବିଶ୍ୱନାଥ ନିଲନତର, ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ବିଧାୟକ ନାୟକ ଚାରା ରୋପଣ କାର୍ଯ୍ୟରେ ଲୋକ ପ୍ରତିନିଧିଙ୍କ ସହଯୋଗ ନେଇ ଚାରା ରୋପଣ କାର୍ଯ୍ୟ ଆଗକୁ ନେବାପାଇଁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଧରିତ୍ରୀ ସହ ଏକ ସ୍ବତନ୍ତ୍ର ସାକ୍ଷାତକାରରେ ମୁଖ୍ୟ ବନ ସଂରକ୍ଷକ ସୁରେଶ ପନ୍ତ କହିଛନ୍ତି ଯେ, ଚାରା ରୋପଣ କାର୍ଯ୍ୟ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି। ଚଳିତ ବର୍ଷ ସାଢ଼େ ୭ କୋଟି ଚାରା ମା’ଙ୍କ ପାଇଁ ଗଛଟିଏ ଯୋଜନାରେ ଲଗାଇବା ଲକ୍ଷ୍ୟ ରଖାଯାଇଛି। ଜାଇକା ପ୍ରକଳ୍ପ ୨୦୨୬ରେ ସରିବ। ଏବାବଦରେ ୧୦୦୦ କୋଟି ଟଙ୍କା ମିଳିଥିଲା। ବର୍ତ୍ତମାନ ଜାଇକା ପ୍ରକଳ୍ପ ସୁଧ ଟଙ୍କା ଅଛି। ଉକ୍ତ ଟଙ୍କା ସାରିବାକୁ ହେଲେ ପ୍ରକଳ୍ପ ଆଉ କିଛି ବର୍ଷ ସମ୍ପ୍ରସାରିତ ହେବ। ତେଣୁ ଏନେଇ ପ୍ରସ୍ତାବ ଦିଆଯାଇଛି ବୋଲି ପନ୍ତ କହିଥିଲେ।

ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ବିଶ୍ୱନାଥ ନିଲନତର ଧରିତ୍ରୀ ସହ ଏକ ସ୍ବତନ୍ତ୍ର ସାକ୍ଷାତକାର ସମୟରେ କହିଥିଲେ ଯେ, ଜାଇକା ପ୍ରକଳ୍ପ ୨୦୩୦ ପର୍ଯ୍ୟନ୍ତ ସମ୍ପ୍ରସାରଣ ଯୋଜନା ଅଛି। ପିସିସିଏଫ୍‌ଙ୍କ ଗସ୍ତ ସମୟରେ ଏସିଏଫ୍‌ ଡ. ରଶ୍ମି ରଞ୍ଜନ ସ୍ବାଇଁ, ବିବେକ କୁମାର ଦାସ, ରେଞ୍ଜର ବିମ୍ବାଧର ସାହୁ, ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୂଳପାଣି ଶତପଥୀ, ଲୋକନାଥ ଆଚାର୍ଯ୍ୟ, ଜିଲା ପରିଷଦ ଏମ୍‌ପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ନଗର ଏମ୍‌ପି ପ୍ରତିନିଧି ସନ୍ତୋଷ ତିଆଡି, ବ୍ଲକ ଏମ୍‌ପି ପ୍ରତିନିଧି ରବୀନ୍ଦ୍ର ଗୌଡ଼ ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ପିସିସିଏଫ୍‌ ଚକରା ଘାଟିରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଥିଲେ। ଏଥିସହ ସୋରିସମୁଲି, ବିରିକୋଟ, ବଡ଼ ବୋରସିଙ୍ଗି, ତିଲିସିଙ୍ଗି ପ୍ରମୁଖ ସ୍ଥାନରେ ବିଗତ ଦିନରେ ହୋଇଥିବା ଚାରା ରୋପଣ କାର୍ଯ୍ୟ ବୁଲି ଦେଖିଥିଲେ। ଏହି ସମୟରେ ଗାଲେରୀ ରେଞ୍ଜର ଆଶାଲତା ଦିଗାଲ, କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ପୃଥ୍ବୀରାଜ ପ୍ରଧାନ, ବନପାଳ ବବୁଲ ସେଠୀ, ଶୁଭସ୍ମିତା ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri