ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରକୁ ଉଦ୍‌ଘାଟନ କଲେ ବିଧାୟକ, ମାଗଣାରେ ରୋଗୀଙ୍କୁ…

ଦିଗପହଣ୍ଡି,୨୧।୧୧(ଅଶେଷ ନାଥ ମିଶ୍ର): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଶୁକ୍ରବାର ଦିଗପହଣ୍ଡି ଏନ୍‌ଏସି ୱାର୍ଡ ନଂ. ୨ କରଣ ସାହି ସ୍ଥିତ ଗୋପବନ୍ଧୁ ବିଦ୍ୟାଳୟର ପୁରୁଣା କୋଠାରେ ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଶୁଭ ଉଦଘାଟନ ହୋଇଯାଇଛି । ଦିଗପହଣ୍ଡି ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ର ରେ ଆୟୋଜିତ ରୋଗୀ କଲ୍ୟାଣ ସମିତିର ବୈଠକ ପରେ ମୁଖ୍ୟ ଅତିଥି ତଥା ଦିଗପହଣ୍ଡି ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଉତ୍ସବ ସ୍ଥଳରେ ପହଞ୍ଚିଥିଲେ। ଆରୋଗ୍ୟ ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ତଥା କାଉନସିଲର ସୁଶାନ୍ତ କୁମାର ପାତ୍ର ଆରୋଗ୍ୟ ମନ୍ଦିର କୋଠାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଦିଗପହଣ୍ଡିରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରହିଥିଲେ ମଧ୍ୟ ଏହି ଆରୋଗ୍ୟ ମନ୍ଦିର ଦ୍ବାରା ରୋଗୀ ସ୍ବାସ୍ଥ୍ୟସେବା ପାଇବା ସହ ସେମାନଙ୍କୁ ମାଗଣାରେ ଔଷଧ ଯୋଗାଇ ଦିଆଯିବ ବୋଲି ବିଧାୟକ କହିଥିଲେ।

ଉଦଘାଟନୀ ଉତ୍ସବରେ ଏନଏସି ନଗରପାଳ ପ୍ରଫୁଲ୍ଲ ପଣ୍ଡା , କାର୍‌ୟଯର୍ନିବାହୀ ଅଧିକାରୀ ଅବିନାଶ ମିଶ୍ର , ଗଞ୍ଜାମ ଜିଲା ମୂଖ୍ୟ ଚିକିତ୍ସାଧିକାରୀ ଡ଼ା. ସୁଶାନ୍ତ କୁମାର ନାୟକ , ଡିପିଏମ ବୁଲୁନାଥ ସାହୁ , ଏପିଏମ୍‌ ସଦାନନ୍ଦ ସାହୁ , ବମକେଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା. ସୁଚସ୍ମିତା ଚୌଧୁରୀ , ବିପିଏମ୍‌ ଶୁଭେନ୍ଦୁ କୁମାର ଦାସ , ପିଏଚ୍‌ଇଓ ସଂଯୁକ୍ତା ଜେନା , କନିଷ୍ଠ ସହାୟକ ରବି ପ୍ରସାଦ ପାତ୍ର , ବିଏଏମ୍‌ ଶ୍ୟାମାନନ୍ଦ ପାଠୀ , ବିଡିଏମ ଦାୟିତ୍ୱରେ ଥିବା ଦିଗପହଣ୍ଡି ମେଡିକାଲ ଅଫିସର ଡ଼ା. ଶିବାନନ୍ଦ ଚୌଧୁରୀ, କାଉନସିଲର ନୀଳମାଧବ ଗୌଡ଼ , ରମେଶ ଚନ୍ଦ୍ର ଜେନା ଙ୍କ ସମେତ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରେ ଦୀର୍ଘବର୍ଷ ଧରି ଲାଗିରହିଥିବା ବିବିଧ ସମସ୍ୟା , ଖାଲି ପଡ଼ିଥିବା ଡାକ୍ତର ଓ କର୍ମଚାରୀ ପଦବୀ ପୂରଣ ନିମନ୍ତେ ଏନଏସି ଉପାଧ୍ୟକ୍ଷା ପ୍ରତିନିଧି କେ. କୁନା ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିବାରେ ସେ ଏନେଇ ଆଲୋଚନା କରିବା ପରିବର୍ତ୍ତେ କ୍ଷୁବ୍ଧ ହୋଇପଡ଼ିଥିଲେ। ଗତ ସରକାରରେ ଥିବା ପ୍ରତିନିଧିଙ୍କୁ ସମସ୍ୟା ଜଣାଇବାକୁ କହିବାରୁ ସେଠାରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ଉପସ୍ଥିତ ଏନଏସି ଅଧ୍ୟକ୍ଷ ଙ୍କ ହସ୍ତକ୍ଷେପ ପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri