କରୋନା ପଜିଟିଭ ହେବା ପରେ ବି ପ୍ରଚାର କରୁଛନ୍ତି ବିଧାୟକ

ପାଟନା,୨୯ ।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଛି । ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ସେଠାରେ ଏକ ପ୍ରକାର ଡେରା ପକାଇଛନ୍ତି କହିଲେ ଚଳେ । କିଛିଦିନ ହେବ ଭାରତୀୟ ଜନତା ପାର୍ଟି(ଭଜପା) ପକ୍ଷରୁ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ସେଠାରେ ପ୍ରଚାର କାର୍ଯ୍ୟରେ ଯୋଗ ଦେଇ ଆସୁଛନ୍ତି । ହେଲେ ଏହାରି ଭିତରେ ବୁଧବାର ଜଣାପଡିଛି ଯେ ସ୍ମୃତି କରୋନାରେ ପୀଡ଼ିତ ହୋଇଛନ୍ତି । ଏ ସୂଚନା ସେ ନିଜେ ଦେବା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସେ କରୋନା ଟେଷ୍ଟ କରାଇ ନୋବାକୁ ଅନୁରୋଧ କରିଛନ୍ତି । ଅନ୍ୟପଟେ ବିହାରର କୁମ୍ଭହାର ବିଧାୟକ ଅରୁଣ ସିହ୍ନା ବି କରୋନାରେ ପୀଡ଼ିତ ହୋଇଛନ୍ତି । ଏହାପରେ ବି ସେ କୌଣସି କରୋନା କଟକଣା ନ ମାନି ନିର୍ବାଚନ ପ୍ରଚାରରେ ଯାଉଥିବା ସୂଚନା ମିଳିଛି । ଯାହା ଅନ୍ୟମାନଙ୍କ ପାଇଁ ବିପଦ ସୃଷ୍ଟି କରୁଛି । ସେହିପରି ମୁଜାଫରପୁରର ଭାଜପା ଏମ୍‌ପି ଅଜୟ ନିଷାଦ କୁଆଡେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ହେଲେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲିରେ ସେ ଯୋଗ ଦେଇଥିବାରୁ ଏବେ ଏହାକୁ ନେଇ ପ୍ରଶ୍ନ ଉଠିଛି । ସୂଚନାଯୋଗ୍ୟ, ଏହା ପୂର୍ବରୁ ବି ଭାଜପାର ଷ୍ଟାର ପ୍ରଚାରକମାନେ କରୋନରେ ପୀଡ଼ିତ ହୋଇ ସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri