ରେଳମନ୍ତ୍ରୀ ଅଶ୍ୱିନୀଙ୍କୁ ଚିଠି ଲେଖିଲେ ବିଧାୟକ କାଡ଼ାମ

କୋରାପୁଟ,୨୫।୮(ଅମିତାଭ ବେହେରା) କୋରାପୁଟ ରେଳ ଷ୍ଟେଶନରୁ ସେମିଲିଗୁଡ଼ା, ଦୁଧାରୀ, କୋଟିଆ, ଦାଣ୍ଡିଗାଁ, ସାଲୁର ଦେଇ ବୋବିଲି ରେଳ ଷ୍ଟେଶନ ଏବଂ କୋରାପୁଟ ରେଳ ଷ୍ଟେସନରୁ ସେମିଲିଗୁଡ଼ା, କୁନ୍ଦୁଲି, ସଦାମ ଏବଂ ଚୌଗାଁ ଦେଇ ଆରକୁ ରେଳ ଷ୍ଟେଶନ ପର୍ଯ୍ୟନ୍ତ ନୂତନ ରେଳ ଲାଇନ ନିର୍ମାଣ କରିବା ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପଟ୍ଟାଙ୍ଗୀ ବିଧାୟକ ତଥା କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡ଼ାମ ଚିଠି ଲେଖି ଅନୁରୋଧ କରିଛନ୍ତି।

ଓଡ଼ିଶାର କୋରାପୁଟ ଜିଲା ଏକ ଆଦିବାସୀ ଅଧ୍ୟ୍ୟୁଷିତ ଅଞ୍ଚଳ ହୋଇଥିବାରୁ ଏଠାରେ ରେଳ ନେଟୱାର୍କର ଅଭାବ ରହିଛି। ଫଳରେ କୋରାପୁଟ ଜିଲାର ଆଦିବାସୀ ଲୋକମାନେ ସ୍ବାସ୍ଥ୍ୟ, ଶିକ୍ଷା ଏବଂ ଆର୍ଥିକ କ୍ଷେତ୍ରରେ ପଛରେ ପଡିଛନ୍ତି।

ଅଞ୍ଚଳବାସୀ ନୂତନ ରେଳ ଲାଇନ ପାଇଁ ଦାବି କରିଆସୁଛନ୍ତି। ପ୍ରସ୍ତାବିତ ନୂତନ ରେଳ ଲାଇନ କେବଳ ଭାରତୀୟ ରେଳବାଇକୁ ଆର୍ଥିକ ଲାଭ ଦେବ ନାହିଁ ବରଂ ଏହା ପୂର୍ବ ଘାଟ ଅଞ୍ଚଳରେ ଯୋଗାଯୋଗ, ପରିବହନ ଏବଂ ସେମିଲିଗୁଡ଼ାରେ ପ୍ରସ୍ତାବିତ କ୍ଷୁଦ୍ର ଶିଳ୍ପ କେନ୍ଦ୍ର ବିକଶିତ କରିବାରେ ସାହାଯ୍ୟ କରିବ ବୋଲି କାଡ଼ାମ ଚିଠିରେ ଦର୍ଶାଇଛନ୍ତି।

ଉକ୍ତ ପ୍ରସ୍ତାବିତ ଲାଇନଗୁଡ଼ିକ ସ୍ବାଧୀନତା ପୂର୍ବରୁ ୧୯୪୩ରୁ ରେଳ କର୍ତ୍ତୃପକ୍ଷଙ୍କ ଦ୍ୱାରା ସର୍ଭେ ଏବଂ ବିଚାରାଧୀନ ଥିବା ଏବଂ ଆଦିବାସୀ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଆଜି ପର୍ଯ୍ୟନ୍ତ ଏହି ସମ୍ପର୍କରେ କୌଣସି ପଦକ୍ଷେପ ନିଆଯାଇନାହିଁ ବୋଲି ଜଣାଇବା ସହ କୋରାପୁଟ ଜିଲାରେ ନୂତନ ରେଳ ଲାଇନ ବିକାଶ ପାଇଁ ଆଗ୍ରହ ପ୍ରକାଶ କରନ୍ତୁ ବୋଲି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା କାଡ଼ାମ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri