କଣ୍ଟେଇକୋଳି ନାଳରେ ସ୍ଲୁଇସ କମ୍‌ ୱିଅର୍‌ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ ଗ୍ରାମ ନିକଟସ୍ଥ କଣ୍ଟେଇକୋଳି ନାଳରେ ରାଜ୍ୟ ଜଳସମ୍ପଦ ବିଭାଗ ଅଧିନସ୍ଥ ବ୍ରହ୍ମପୁର ଜଳ ନିକାସ ବିଭାଜନ( ଡ୍ରେନେଜ) ଡିଭିଜନ କାର୍ଯ୍ୟାଳୟ ପକ୍ଷରୁ ସ୍ଲୁଇସ କମ ୱିଅର୍‌ ପ୍ରକଳ୍ପ ଶୁକ୍ରବାର ଶିଳାନ୍ୟାସ କରାଯାଇଛି। ୧.୧୫ କୋଟି ବ୍ୟୟ ଅଟକଳରେ ଚାଷୀଙ୍କ ଜମିକୁ ଜଳସେଚନ ଓ ବନ୍ୟା ଜଳ ନିଷ୍କାସନ ନିମନ୍ତେ ଏହି ପ୍ରକଳ୍ପ କରାଯିବ। ଏଥିରେ ୨ ବ୍ରିଜ କରାଯିବା ବ୍ୟବସ୍ଥା ରହିଛି। ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଯୋଗଦେଇ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଏହି ପ୍ରକଳ୍ପ ଦାରା ଦିଗପହଣ୍ଡି ବ୍ଲକ ର ପନାଡ , କଇଠଖଣ୍ଡି, ନିମଖଣ୍ଡିପେଣ୍ଠ, ତଲାସିଙ୍ଗି, ପୋଡାପଦର ଗ୍ରାମର ପ୍ରାୟ ୧ ଶହ ହେକ୍ଟର ଚାଷୀଙ୍କ ଚାଷଜମିକୁ ଜଳସେଚନ ହେବା ସଙ୍ଗେ ସଙ୍ଗେ ବନ୍ୟାଜଳ ନିଷ୍କାସନ ହେବା ଦ୍ବାରା ଚାଷୀ ଉପକୃତ ହୋଇପାରିବେ ବୋଲି ବିଧାୟକ କହିଥିଲେ। ଏହି କାର୍ଯ୍ୟକ୍ରମରେ ଦିଗପହଣ୍ଡି ଜଳ ନିକାସ(ଡ୍ରେନେଜ) ଉପଖଣ୍ଡ କାର୍ଯ୍ୟାଳୟ ସହକାରୀ ଯନ୍ତ୍ରୀ ଇଂ. ଭଗବାନ ରଥ , ସହକାରୀ ଯନ୍ତ୍ରୀ ଇଂ. ତାପସ ବେହେରା , ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ , ସରପଞ୍ଚ ସସ୍ମିତା ରାଣୀ ଗୌଡ଼ , ସମିତି ସଭ୍ୟ ବି . ଲଡୁ, ଠିକାଦାର ଆକାଶ ପାଣିଗ୍ରାହୀ, ଅଶୋକ କୁମାର ସ୍ବାଇଁ , ସାମାଜିକ କର୍ମୀ ରଞ୍ଜନ କୁମାର ପାଣିଗ୍ରାହୀ, କେ . ନରସିଂହ ପାତ୍ର , ସୁଦାମ ବେହେରା, ଟୁକୁନା ସାହୁ, ବିକ୍ରମ ମିଶ୍ର, ୱାର୍ଡ ସଭ୍ୟ ସବିତା ନାୟକ , ସୁନିତା ଗୌଡ଼, ନର୍ମଦା ପଣ୍ଡା ଙ୍କ ସମେତ ବହୁ ସଂଖ୍ୟକ ଚାଷୀ ଉପସ୍ଥିତ ଥିଲେ। ସେହିପରି ଦିଗପହଣ୍ଡି ୩ ନଂ ୱାର୍ଡ ପିଏଚ୍‌ଡି ଅଫିସ ନିକଟରେ ୭୫ ଲକ୍ଷ ବ୍ୟୟ ଅଟକଳରେ ହାଟପଦା ନାଳ ର ଉନ୍ନତି କରଣ ନିମନ୍ତେ ବିଧାୟକ ଶିଳାନ୍ୟାସ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ…

ଧରିତ୍ରୀରେ ଖବର ପ୍ରକାଶ ପରେ ତତ୍ପରତା, ବେଙ୍ଗାଲୁରୁରୁ ଆସିଲା ମଞ୍ଜୁଳାଙ୍କ ମରଶରୀର 

ଗୁଣୁପୁର, ୩।୩(ସଂକେତ ପାତ୍ର): ଗତ ଫେବୃଆରୀ ୨୫ ତାରିଖରେ ବେଙ୍ଗାଲୁରୁରେ ଗୁଣୁପୁର ନିକଟସ୍ଥ ରେଜିଂତାଲ ଗ୍ରାମର ଇସ୍ତିପାନ ଗମାଙ୍ଗଙ୍କ ଝିଅ ମଞ୍ଜୁଳା ଗମାଙ୍ଗଙ୍କ ମୃତ୍ୟୁ ଘଟିଥିଲା। ଏନେଇ…

ନିଖୋଜ ହୋଇଯାଇଥିଲେ ୨୦ ବର୍ଷୀୟା ଯୁବତୀ, ଉଦ୍ଧାର କରି ମା’ଙ୍କୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ଅଞ୍ଚଳର ଜଣେ ୨୦ ବର୍ଷୀୟା ଯୁବତୀ ସୋମବାର ଭୋରରୁ ଘରୁ ଆକସ୍ମିକ ଭାବେ ନିଖୋଜ…

ଗାଡ଼ି ଚାଳକଙ୍କ ମହାନତା: ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ପର୍ସକୁ ଶିକ୍ଷକଙ୍କୁ ଫେରାଇଲେ,ସାଧାରଣରେ ପ୍ରଶଂସା

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଆଠଗଡ଼ିଆ ସାହିର ସ୍ବର୍ଗତ ବିପ୍ର ସେଠୀଙ୍କ ପୁଅ ପିଙ୍କୁ ସେଠୀ ଗାଡ଼ି ଚାଳକ ଭାବେ କାର୍ଯ୍ୟକରନ୍ତି। ତାଙ୍କ ମହାନତା…

ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…

ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ…

ନୀଳଗିରି ସର୍ଣ୍ଣଚୁଡ଼ ପାହାଡ଼ରେ ନିଆଁ: ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ, ନାକେଦମ ହେଲାଣି…

ନୀଳଗିରି,୩।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିସ୍ଥିତ ସର୍ଣ୍ଣଚୁଡ଼ ପାହାଡ଼ରେ  ନିଆଁଲାଗି ଅନେକ ବୃକ୍ଷଲତା, କୀଟପତଙ୍ଗ ଓ ବନୌଷଧି ଭସ୍ମିଭୂତ ହୋଇଯାଇଛି। ପବନର ବେଗ ବଢିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri