ସାଇବର ଠକେଇର ସ୍ବୀକାର କଲେ ବିଧାୟକ ବାହିନୀପତି

କୋରାପୁଟ,୧୦ା୧୦(ଅମିତାଭ ବେହେରା):କୋରାପୁଟ ଜିଲା ଜୟପୁରରେ ଆୟୋଜିତ ଏକ ସାଇବର ସଚେତନତା କାର୍ଯ୍ୟକ୍ରମରେ ରବିବାର ଯୋଗଦେଇ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ୪ଲକ୍ଷ ଟଙ୍କା ସାଇବର ଠକେଇର ଶିକାର ହୋଇଥିବା ସ୍ବୀକାର କରିଛନ୍ତି। ସେ କହିଛନ୍ତି ଯେ, ନିଜ ଭାଇଙ୍କ ପାଇଁ ସିମେଣ୍ଟ ଡିଲରଶିପ୍‌ ଆଣିବା ଲାଗି ସେ ଗୁଗଲରେ ଏକ ବିଜ୍ଞାପନ ଦେଖି ସେଥିରେ ଥିବା ଫୋନ ନମ୍ବରରେ ଯୋଗାଯୋଗ କରିଥିଲେ। ଯୋଗାଯୋଗ ନମ୍ବର ଦେଇଥିବା ସମ୍ପୃକ୍ତ ବ୍ୟକ୍ତି ଜଣକ ଏଥିପାଇଁ ୪ ଲକ୍ଷ ଟଙ୍କା ଦେବାକୁ ପଡ଼ିବ ବୋଲି କହିଥିଲେ। ବାହିନୀପତି ସମ୍ମତି ଦେବାରୁ ସେ ତାଙ୍କ ଫୋନକୁ ଏକ ଓଟିପି ପଠାଇଥିଲେ। ଓଟିପି ନମ୍ବର ପାଇବା ପରେ ସମ୍ପୃକ୍ତ ବ୍ୟକ୍ତି ତାଙ୍କ ଆକାଉଣ୍ଟରୁ ୪ ଲକ୍ଷ ଟଙ୍କା କାଟି ନେଇଥିଲେ। ପରେ ସମ୍ପୃକ୍ତ ବ୍ୟକ୍ତିଙ୍କ ସହ ଏନେଇ କୌଣସି ଯୋଗାଯୋଗ ହୋଇପାରି ନ ଥିଲା। ଏ ସମ୍ପର୍କରେ ସେ କୋରାପୁଟ ଏସ୍‌ପିଙ୍କୁ ଜଣାଇବା ପରେ ତାଙ୍କ ପରାମର୍ଶରେ ସାଇବର ଥାନାରେ ଅଭିଯୋଗ କରିଥିଲେ।
ସୂଚନାଯୋଗ୍ୟ, ଗତ ଜୁନ ମାସରେ ଏହି ଘଟଣା ଘଟିଥିଲା। ସେ ସମୟରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଅଭିଯୁକ୍ତମାନେ ବିହାରର ନୋଇଡା ଜିଲା, ୱାର୍ସଲଗଞ୍ଜ ଥାନା ଚକପାଇ ଗ୍ରାମର ବୋଲି ଜଣାପଡିଥିଲା। ପରେ ଏନେଇ ଗଠିତ ୪ଜଣିଆ ଟିମ୍‌ ବିହାର ଗସ୍ତ କରି ଅଭିଯୁକ୍ତ ଭୋଳା ପ୍ରସାଦ (୪୬), ଗୌରବ କୁମାର (୨୩) ଏବଂ ବିକାଶ କୁମାର (୨୩)ଙ୍କୁ ଗିରଫ କରି କୋରାପୁଟ ଆଣିଥିଲା। ସେତେବେଳେ ସେମାନଙ୍କଠାରୁ ନଗଦ ୧ଲକ୍ଷ ୫୦ ହଜାର ଟଙ୍କା, ଗୋଟିଏ ଲାପ୍‌ଟପ୍‌ ଓ ୧୪ଟି ମୋବାଇଲ ଫୋନ ଜବତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri