ଛତ୍ରପୁର, ଗଞ୍ଜାମ ବିକାଶ ପାଇଁ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଧାୟକ: ୨ ଏକ୍ସପ୍ରେସ ରହଣି, କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଦାବି

ଗଞ୍ଜାମ / ଛତ୍ରପୁର,୧୬।୧(ଅନାଥ ତରାଇ/ ଦିଲ୍ଲୀପ ସାମଲ ): ଛତ୍ରପୁର ନିର୍ବାଚନମଣ୍ଡଳୀର ବିକାଶ ଓ ଜନସାଧାରଣଙ୍କ ଦୀର୍ଘଦିନର ଦାବିକୁ ପୂରଣ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ସ୍ଥାନୀୟ ବିଧାୟକ କୃଷ୍ଣଚନ୍ଦ୍ର ନାୟକ।  ଶୁକ୍ରବାର ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ଅଞ୍ଚଳର ପ୍ରମୁଖ ସମସ୍ୟା ଓ ଦାବି ସମ୍ପର୍କରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।
ମୁଖ୍ୟ ଦାବି ମଧ୍ୟରୁ ଛତ୍ରପୁର ରେଳଷ୍ଟେଶନରେ ଗୁରୁତ୍ୱପୂର୍ଣ୍ଣ ଫାଲକନାମା ଏକ୍ସପ୍ରେସ ଏବଂ ୟଶବନ୍ତପୁରହାଓଡା ଏକ୍ସପ୍ରେସର ରହଣି ପାଇଁ ବିଧାୟକ ଦୃଢ଼ ଦାବି କରିଛନ୍ତି। ଏହି ଦୁଇଟି ପ୍ରମୁଖ ଟ୍ରେନ୍‌ ଛତ୍ରପୁରରେ ରହିଲେ ସ୍ଥାନୀୟ ଯାତ୍ରୀମାନଙ୍କୁ ହାଇଦ୍ରାବାଦ, ବାଙ୍ଗାଲୋର ଓ କୋଲକୋତା ଆଦି ବଡ଼ ସହରଗୁଡ଼ିକୁ ସହଜ ଓ ସୁବିଧାଜନକ ଯାତାୟାତ ହୋଇ ପାରିବ। ଏହା ସହ ସ୍ଥାନୀୟ ଯାତ୍ରୀ, ବ୍ୟବସାୟୀ ଏବଂ ରୋଗୀମାନେ ବିଶେଷ ଭାବେ ଉପକୃତ ହେବେ।
ସେହିଭଳି ଗଞ୍ଜାମ ବ୍ଲକରେ ଏକ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ  ପ୍ରତିଷ୍ଠା ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଏହା ଦ୍ୱାରା ଅଞ୍ଚଳର ଛାତ୍ରୀଛାତ୍ରମାନେ ଉନ୍ନତମାନର ଶିକ୍ଷା ପାଇବା ସହ ସେମାନଙ୍କ ଶୈକ୍ଷିକ ଭବିଷ୍ୟତ ଉଜ୍ଜ୍ୱଳ ହେବ। ବିଧାୟକ ନାୟକ କହିଛନ୍ତି ଯେ, ଛତ୍ରପୁର ଓ ଗଞ୍ଜାମ ଅଞ୍ଚଳର ସାମଗ୍ରୀକ ବିକାଶ, ଶିକ୍ଷା ଓ ଯାତାୟାତ ସୁବିଧାକୁ ନୂତନ ଦିଗ ଦେବା ଆମର ପ୍ରାଥମିକତା। କେନ୍ଦ୍ର ସରକାର ଜନସାଧାରଣଙ୍କ ଏହି ନ୍ୟାୟସଙ୍ଗତ ଦାବିକୁ ଶୀଘ୍ର ପୂରଣ କରିବେ ବୋଲି ସେ ଆଶା ପ୍ରକଟ କରିଛନ୍ତି। ଜନସାଧାରଣଙ୍କ ସ୍ବରକୁ ସରକାରଙ୍କ ପାଖରେ ପହଞ୍ଚାଇବା ପାଇଁ ଏହି ପ୍ରୟାସ ଜାରି ରହିବ ବୋଲି ବିଧାୟକ ନାୟକ ସୂଚନା ଦେଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri