ଦିଗପହଣ୍ଡିର ଗୌରବ ଓଏଏସ ଉତ୍ତୀର୍ଣ୍ଣ କାଳୁଙ୍କୁ ଭେଟିଲେ ବିଧାୟକ

ଦିଗପହଣ୍ଡି,୨୯ା୯(ଅଶେଷ ନାଥ ମିଶ୍ର): ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ୧୯୫ ର଼୍ୟାଙ୍କ ରଖି ସଫଳତା ହାସଲ କରିଥିବା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ସିଦ୍ଧେଶ୍ୱର ଗ୍ରାମର ଚାଷୀ ପୁଅ କାଳୁ ରାଉତଙ୍କୁ ସୋମବାର ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ସେ ଭୁବନେଶ୍ୱରରୁ ଗ୍ରାମକୁ ଫେରିବା ପରେ ତାଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ବିଜୟ ପ୍ରଧାନ, ସମିତି ସଭ୍ୟା ସୁରଭି ବିଷୋୟୀଙ୍କ ସମେତ ବହୁ ସଂଖ୍ୟକ ଗ୍ରାମବାସୀ ପୁଷ୍ପମାଲ୍ୟ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହାପରେ ବିରାଟ ଶୋଭାଯାତ୍ରାରେ ତାଙ୍କୁ ଗ୍ରାମ ପରିକ୍ରମା କରାଯାଇଥିଲା। ଶୋଭାଯାତ୍ରାରେ ସରପଞ୍ଚଙ୍କ ସମେତ ଅଙ୍ଗନୱାଡ଼ି କର୍ମୀ ବୃନ୍ଦ, ମିଶନ ଶକ୍ତି ମହିଳା ସଦସ୍ୟା ବୃନ୍ଦ ଥିଲେ। ସନ୍ଧ୍ୟାରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ତାଙ୍କ ବାସଭବନରେ ପହଞ୍ଚତ୍ ତାଙ୍କୁ ଭେଟିବା ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ। ପରେ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି ଫେରିଥିଲେ।ଫଟୋ-ବିଏମ-୨୯-୧୨-ପଞ୍ଚାୟତ କାର୍ଯ୍ୟାଳୟରେ ସମର୍ଦ୍ଧିତ ଅବସରରେ ଜଣେ ଛାତ୍ର ତାଙ୍କ ଫଟୋ ଚିତ୍ର ପ୍ରଦାନ କରୁଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri