ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା ସମ୍ମୁଖରେ ଧାରଣାରେ ବସିଛନ୍ତି ନିଜେ ମୋହନ। ଲୋକଙ୍କ ସମାସ୍ୟା ନେଇ ସଦର ଥାନାକୁ ବୁଝିବାକୁ ଯାଇଥିବା ସମୟରେ କେନ୍ଦୁଝର ସଦର ଥାନା ଅଧିକାରୀ ତାଙ୍କୁ ଦୁର୍ବ୍ୟବହାର କରିବା ସହ ଥାନାରୁ ଗେଟ୍ ଆଉଟ୍ କହିବା ସହ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଧମକ ଦେଇଥିବା ଅଭିଯୋଗ କରିଛନ୍ତି ସେ।

ଦୁର୍ବ୍ୟବହାର ସଂପର୍କରେ ଏସପିଙ୍କୁ ମଧ୍ୟ ଅବଗତ କରାଇଥିବା କହିଛନ୍ତି ମୋହନ। କେନ୍ଦୁଝର ସଦର ବ୍ଲକ ଗୋପୀନାଥପୁର ଓ ରାଇସୁଆ ଗ୍ରାମ ପଞ୍ଚାୟତର ବିଭିନ୍ନ ଅଞ୍ଚଳରେ ଜଳ ସମାସ୍ୟା ପ୍ରତିବାଦ ରେ ଦୁଇ ସରପଞ୍ଚଙ୍କ ନେତୃତ୍ୱରେ ଅଞ୍ଚଳବାସୀ ବୁଧବାର ଦିନ ସଦର ଥାନା ନିକଟସ୍ଥ ୨୦ ନମ୍ବର ଜାତୀୟ ରାଜପଥ ଉପରେ ଗରା ବାଲଟି ରଖି ରାସ୍ତା ଅବରୋଧ କରିଥିଲେ ଓ ସମାସ୍ୟାର ସମାଧାନ ପାଇଁ ମୋହନ ମାଝି ସେଠାକୁ ଯାଇଥିଲେ ।

ମୋହନ ସେଠାରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରି ରାସ୍ତା ଅବରୋଧ ହଟାଇବା ସହ ସମାସ୍ୟାର ସମାଧାନ କରିବାକୁ ଚେଷ୍ଟା କରିଥିବା ସମୟରେ ସଦର ଥାନା ଅଧିକାରୀ ତ୍ରୀନାଥ ସେଠୀ ସଦଳବେଳେ ଘଟଣା ସ୍ଥଳରେ ପହଞ୍ଚିବା ସହ ଥାନାରେ ବସି ସମାସ୍ୟା ର ସମାଧାନ ପାଇଁ ଆଲୋଚନା କରିବାକୁ ଡାକିନେଇଥିଲେ । ଏହା ପରେ ଆନ୍ଦୋକାରୀ ମାନଙ୍କ ସହ ସଦର ବିଧାୟକ ମୋହନ ମାଝୀ ମଧ୍ୟ ଥାନାକୁ ଯାଇଥିଲେ ।

ତେବେ ସେଠାରେ ସଦର ଥାନା ଅଧିକାରୀ ବିଧାୟକଙ୍କୁ ଦେଖି ଉତକ୍ଷିପ୍ତ ହୋଇଉଠିଥିଲେ ଓ ଦୁର୍ବ୍ୟବହାର କରିଥିବା ବିଧାୟକ ମାଝୀ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦ କରି ସଦର ବିଧାୟକ ଏବଂ ଆନ୍ଦୋଳନକାରୀ ମାନେ ସଦର ଥାନା ସମ୍ମୁଖରେ ଧାରଣାରେ ବସିବା ସହ ଥାନା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବୀ କରିଥିଲେ। ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦିଲ୍ଲୀପ କୁମାର ନାୟକ ଥାନାରେ ପହଞ୍ଚି ଧାରଣାରେ ବସିଥିବା ବିଧାୟକ ଓ ତାଙ୍କ ସମର୍ଥକକୁ ଅନୁରୋଧ କରି ଥାନା ଭିତରକୁ ତାକି ନେଇ ଅନେକ ଆଲୋଚନା ପରେ ଧାରଣା ରୁ ଓହରିଥିଲେ ମୋହନ ମାଝୀ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri