ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା ସମ୍ମୁଖରେ ଧାରଣାରେ ବସିଛନ୍ତି ନିଜେ ମୋହନ। ଲୋକଙ୍କ ସମାସ୍ୟା ନେଇ ସଦର ଥାନାକୁ ବୁଝିବାକୁ ଯାଇଥିବା ସମୟରେ କେନ୍ଦୁଝର ସଦର ଥାନା ଅଧିକାରୀ ତାଙ୍କୁ ଦୁର୍ବ୍ୟବହାର କରିବା ସହ ଥାନାରୁ ଗେଟ୍ ଆଉଟ୍ କହିବା ସହ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଧମକ ଦେଇଥିବା ଅଭିଯୋଗ କରିଛନ୍ତି ସେ।

ଦୁର୍ବ୍ୟବହାର ସଂପର୍କରେ ଏସପିଙ୍କୁ ମଧ୍ୟ ଅବଗତ କରାଇଥିବା କହିଛନ୍ତି ମୋହନ। କେନ୍ଦୁଝର ସଦର ବ୍ଲକ ଗୋପୀନାଥପୁର ଓ ରାଇସୁଆ ଗ୍ରାମ ପଞ୍ଚାୟତର ବିଭିନ୍ନ ଅଞ୍ଚଳରେ ଜଳ ସମାସ୍ୟା ପ୍ରତିବାଦ ରେ ଦୁଇ ସରପଞ୍ଚଙ୍କ ନେତୃତ୍ୱରେ ଅଞ୍ଚଳବାସୀ ବୁଧବାର ଦିନ ସଦର ଥାନା ନିକଟସ୍ଥ ୨୦ ନମ୍ବର ଜାତୀୟ ରାଜପଥ ଉପରେ ଗରା ବାଲଟି ରଖି ରାସ୍ତା ଅବରୋଧ କରିଥିଲେ ଓ ସମାସ୍ୟାର ସମାଧାନ ପାଇଁ ମୋହନ ମାଝି ସେଠାକୁ ଯାଇଥିଲେ ।

ମୋହନ ସେଠାରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରି ରାସ୍ତା ଅବରୋଧ ହଟାଇବା ସହ ସମାସ୍ୟାର ସମାଧାନ କରିବାକୁ ଚେଷ୍ଟା କରିଥିବା ସମୟରେ ସଦର ଥାନା ଅଧିକାରୀ ତ୍ରୀନାଥ ସେଠୀ ସଦଳବେଳେ ଘଟଣା ସ୍ଥଳରେ ପହଞ୍ଚିବା ସହ ଥାନାରେ ବସି ସମାସ୍ୟା ର ସମାଧାନ ପାଇଁ ଆଲୋଚନା କରିବାକୁ ଡାକିନେଇଥିଲେ । ଏହା ପରେ ଆନ୍ଦୋକାରୀ ମାନଙ୍କ ସହ ସଦର ବିଧାୟକ ମୋହନ ମାଝୀ ମଧ୍ୟ ଥାନାକୁ ଯାଇଥିଲେ ।

ତେବେ ସେଠାରେ ସଦର ଥାନା ଅଧିକାରୀ ବିଧାୟକଙ୍କୁ ଦେଖି ଉତକ୍ଷିପ୍ତ ହୋଇଉଠିଥିଲେ ଓ ଦୁର୍ବ୍ୟବହାର କରିଥିବା ବିଧାୟକ ମାଝୀ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦ କରି ସଦର ବିଧାୟକ ଏବଂ ଆନ୍ଦୋଳନକାରୀ ମାନେ ସଦର ଥାନା ସମ୍ମୁଖରେ ଧାରଣାରେ ବସିବା ସହ ଥାନା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବୀ କରିଥିଲେ। ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦିଲ୍ଲୀପ କୁମାର ନାୟକ ଥାନାରେ ପହଞ୍ଚି ଧାରଣାରେ ବସିଥିବା ବିଧାୟକ ଓ ତାଙ୍କ ସମର୍ଥକକୁ ଅନୁରୋଧ କରି ଥାନା ଭିତରକୁ ତାକି ନେଇ ଅନେକ ଆଲୋଚନା ପରେ ଧାରଣା ରୁ ଓହରିଥିଲେ ମୋହନ ମାଝୀ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri