ବିଧାୟକ ପ୍ରତାପ ଜେନାଙ୍କ ରିଭିଜନ୍‌ ପିଟିସନ୍‌ ମାମଲା: ବଢ଼ିଲା ଅନ୍ତରୀଣ ସୁରକ୍ଷା ଅବଧି

କଟକ,୧ା୨(କାର୍ତ୍ତିକ ସାହୁ): ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧିକୁ ହାଇକୋର୍ଟ ପୁଣି ଫେବୃଆରୀ ୧୩ ତାରିଖ ଯାଏ ବୃଦ୍ଧି କରିଛନ୍ତି। ସେ ପର୍ଯ୍ୟନ୍ତ ତାଙ୍କ ବିରୋଧରେ କୌଣସି ଆଇନ୍‌ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ ନାହିଁ। ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଦାୟର ମାମଲାର ଶୁଣାଣିକୁ ଆସନ୍ତା ଫେବୃଆରୀ ୧ ତାରିଖ ଯାଏ ହାଇକୋର୍ଟ ଘୁଞ୍ଚାଇ ଦେଇଛନ୍ତି। ବିଚାରପତି ବି. ପି.ରାଉତରାୟଙ୍କ ଅଦାଲତ ମାମଲାର ଶୁଣାଣି କରି ପରବର୍ତ୍ତି ଶୁଣାଣି ନିମନ୍ତେ ଫେବୃଆରୀ ୧୩ ତାରିଖକୁ ଦିନ ଧାର୍ଯ୍ୟ କରିଛନ୍ତି।
ସୂଚନା ଯୋଗ୍ୟ, ୨୦୨୧ ଜାନୁଆରୀ ୨ ତାରିଖରେ ଭାଜପା ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ତଦନ୍ତର ଫଳାଫଳ ବିରୋଧରେ ରମାକାନ୍ତ ବରାଳ ସାଲେପୁର ଜେଏମଏଫ୍‌ସି ଅଦାଲତରେ ପ୍ରୋଟେଷ୍ଟ ପିଟିସନ ଦାଖଲ କରିଥିଲେ। ଅଦାଲତ ଏହି ପିଟିସନର ଶୁଣାଣି କରି ଅଧିକ ତଦନ୍ତ ଓ ଫୋନ୍‌ ବାର୍ତ୍ତାଳାପର ରେକର୍ଡ ଯାଞ୍ଚ କରିବାକୁ  ନିର୍ଦ୍ଦେଶ ଦେଇଥିଲେ।
ଅଦାଲତଙ୍କ ନିର୍ଦ୍ଦେଶ ଅନୁସାରେ ପୋଲିସ ପୁଣି ତଦନ୍ତ କରିଥିଲା। କିନ୍ତୁ ବିଧାୟକ ଜେନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳି ନ ଥିବା ନେଇ ପୋଲିସ କୋର୍ଟରେ ଫାଇନାଲ ରିପୋର୍ଟ ଦାଖଲ କରିଥିଲା। ଏହା ବିରୋଧରେ ପୁଣି ଅଦାଲତରେ ପ୍ରୋଟେଷ୍ଟ ପିଟିସନ ଦାୟର କରାଯାଇଥିଲା। ଅଦାଲତ ଏହି ଆବେଦନର ଶୁଣାଣି କରି ବିଧାୟକ ଜେନାଙ୍କ ବିରୋଧରେ କଗନିଜାନ୍ସ ଗ୍ରହଣ କରିଥିଲେ।
ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ବିଧାୟକ ଜେନାଙ୍କୁ ବ୍ୟକ୍ତିଗତ ହାଜରା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଧାୟକ ଏହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବା ସହ କ୍ରିମିନାଲ ରିଭିଜନ୍‌ ପିଟିସନ୍‌ ଗତ ଅକ୍ଟୋବର ୩୧ ତାରିଖରେ ହାଇକୋର୍ଟରେ ଦାୟର କରିଛନ୍ତି। ନଭେମ୍ବର ୨ରେ ହାଇକୋର୍ଟ ମାମଲାର ପ୍ରାରମ୍ଭିକ ଶୁଣାଣି କରି ପ୍ରତିପକ୍ଷ ରାଜ୍ୟ ସରକାର ଓ ରଣଜିତ ବରାଳଙ୍କୁ ନୋଟିସ ଜାରି କରିଥିଲେ। ନିମ୍ନ ଅଦାଲତରୁ ରେକର୍ଡ ତଲବ କରିବା ସହ ଡିସେମ୍ବର ୧୯ ପର୍ଯ୍ୟନ୍ତ ବିଧାୟକ ଜେନାଙ୍କ ବିରୋଧରେ କୌଣସି ପ୍ରକାର କଠୋର ପଦକ୍ଷେପ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri