ବିଧାୟକ ପ୍ରତାପ ଜେନାଙ୍କ ରିଭିଜନ୍‌ ପିଟିସନ୍‌ ମାମଲା: ବଢ଼ିଲା ଅନ୍ତରୀଣ ସୁରକ୍ଷା ଅବଧି

କଟକ,୧ା୨(କାର୍ତ୍ତିକ ସାହୁ): ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧିକୁ ହାଇକୋର୍ଟ ପୁଣି ଫେବୃଆରୀ ୧୩ ତାରିଖ ଯାଏ ବୃଦ୍ଧି କରିଛନ୍ତି। ସେ ପର୍ଯ୍ୟନ୍ତ ତାଙ୍କ ବିରୋଧରେ କୌଣସି ଆଇନ୍‌ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ ନାହିଁ। ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଦାୟର ମାମଲାର ଶୁଣାଣିକୁ ଆସନ୍ତା ଫେବୃଆରୀ ୧ ତାରିଖ ଯାଏ ହାଇକୋର୍ଟ ଘୁଞ୍ଚାଇ ଦେଇଛନ୍ତି। ବିଚାରପତି ବି. ପି.ରାଉତରାୟଙ୍କ ଅଦାଲତ ମାମଲାର ଶୁଣାଣି କରି ପରବର୍ତ୍ତି ଶୁଣାଣି ନିମନ୍ତେ ଫେବୃଆରୀ ୧୩ ତାରିଖକୁ ଦିନ ଧାର୍ଯ୍ୟ କରିଛନ୍ତି।
ସୂଚନା ଯୋଗ୍ୟ, ୨୦୨୧ ଜାନୁଆରୀ ୨ ତାରିଖରେ ଭାଜପା ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ତଦନ୍ତର ଫଳାଫଳ ବିରୋଧରେ ରମାକାନ୍ତ ବରାଳ ସାଲେପୁର ଜେଏମଏଫ୍‌ସି ଅଦାଲତରେ ପ୍ରୋଟେଷ୍ଟ ପିଟିସନ ଦାଖଲ କରିଥିଲେ। ଅଦାଲତ ଏହି ପିଟିସନର ଶୁଣାଣି କରି ଅଧିକ ତଦନ୍ତ ଓ ଫୋନ୍‌ ବାର୍ତ୍ତାଳାପର ରେକର୍ଡ ଯାଞ୍ଚ କରିବାକୁ  ନିର୍ଦ୍ଦେଶ ଦେଇଥିଲେ।
ଅଦାଲତଙ୍କ ନିର୍ଦ୍ଦେଶ ଅନୁସାରେ ପୋଲିସ ପୁଣି ତଦନ୍ତ କରିଥିଲା। କିନ୍ତୁ ବିଧାୟକ ଜେନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳି ନ ଥିବା ନେଇ ପୋଲିସ କୋର୍ଟରେ ଫାଇନାଲ ରିପୋର୍ଟ ଦାଖଲ କରିଥିଲା। ଏହା ବିରୋଧରେ ପୁଣି ଅଦାଲତରେ ପ୍ରୋଟେଷ୍ଟ ପିଟିସନ ଦାୟର କରାଯାଇଥିଲା। ଅଦାଲତ ଏହି ଆବେଦନର ଶୁଣାଣି କରି ବିଧାୟକ ଜେନାଙ୍କ ବିରୋଧରେ କଗନିଜାନ୍ସ ଗ୍ରହଣ କରିଥିଲେ।
ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ବିଧାୟକ ଜେନାଙ୍କୁ ବ୍ୟକ୍ତିଗତ ହାଜରା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଧାୟକ ଏହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବା ସହ କ୍ରିମିନାଲ ରିଭିଜନ୍‌ ପିଟିସନ୍‌ ଗତ ଅକ୍ଟୋବର ୩୧ ତାରିଖରେ ହାଇକୋର୍ଟରେ ଦାୟର କରିଛନ୍ତି। ନଭେମ୍ବର ୨ରେ ହାଇକୋର୍ଟ ମାମଲାର ପ୍ରାରମ୍ଭିକ ଶୁଣାଣି କରି ପ୍ରତିପକ୍ଷ ରାଜ୍ୟ ସରକାର ଓ ରଣଜିତ ବରାଳଙ୍କୁ ନୋଟିସ ଜାରି କରିଥିଲେ। ନିମ୍ନ ଅଦାଲତରୁ ରେକର୍ଡ ତଲବ କରିବା ସହ ଡିସେମ୍ବର ୧୯ ପର୍ଯ୍ୟନ୍ତ ବିଧାୟକ ଜେନାଙ୍କ ବିରୋଧରେ କୌଣସି ପ୍ରକାର କଠୋର ପଦକ୍ଷେପ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri