ମାହାଙ୍ଗା ଡବଲ ମର୍ଡର ଘଟଣା: ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି

କଟକ,୧୭ା୧(କାର୍ତ୍ତିକ ସାହୁ): ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ପୁଣି ଆଶ୍ୱସ୍ତି ମିଳିଛି। ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଦାୟର ମାମଲାର ଶୁଣାଣିକୁ ଆସନ୍ତା ଫେବୃଆରୀ ୧ ପର୍ଯ୍ୟନ୍ତ ହାଇକୋର୍ଟ ଘୁଞ୍ଚାଇ ଦେଇଛନ୍ତି। ବିଚାରପତି ବି.ପି.ରାଉତରାୟଙ୍କ ଅଦାଲତ ମାମଲା ଶୁଣାଣି କରି ବୁଧବାର ଦେଇଥିବା ଏହି ନିର୍ଦ୍ଦେଶ ଫଳରେ ବିଧାୟକ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି ବୃଦ୍ଧିପାଇଛି। ଉଭୟ ପକ୍ଷଙ୍କ ସହମତିରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେବା ସହ ପରବର୍ତ୍ତୀ ଶୁଣାଣି ନିମନ୍ତେ ଫେବୃଆରୀ ୧କୁ ଧାର୍ଯ୍ୟ କରିଛନ୍ତି।
ସୂଚନାନୁସାରେ, ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ବିଧାୟକ ଜେନାଙ୍କୁ ବ୍ୟକ୍ତିଗତ ହାଜର ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଧାୟକ ଏହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବା ସହ କ୍ରିମିନାଲ ରିଭିଜନ୍‌ ପିଟିଶନ୍‌ ଗତ ଅକ୍ଟୋବର ୩୧ରେ ହାଇକୋର୍ଟରେ ଦାୟର କରିଥିଲେ। ନଭେମ୍ବର ୨ରେ ହାଇକୋର୍ଟ ମାମଲାର ପ୍ରାରମ୍ଭିକ ଶୁଣାଣି କରି ପ୍ରତିପକ୍ଷ ରାଜ୍ୟ ସରକାର ଓ ରଣଜିତ ବରାଳଙ୍କୁ ନୋଟିସ ଜାରି କରିଥିଲେ। ନିମ୍ନ ଅଦାଲତରୁ ରେକର୍ଡ ତଲବ କରିବା ସହ ଡିସେମ୍ବର ୧୯ ପର୍ଯ୍ୟନ୍ତ ବିଧାୟକ ଜେନାଙ୍କ ବିରୋଧରେ କୌଣସି ପ୍ରକାର କଠୋର ପଦକ୍ଷେପ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ।
ଉଲ୍ଲେଖଯୋଗ୍ୟ ଯେ, ୨୦୨୧ ଜାନୁଆରୀ ୨ରେ ଭାଜପା ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ତଦନ୍ତର ଫଳାଫଳ ବିରୋଧରେ ରମାକାନ୍ତ ବରାଳ ସାଲେପୁର ଜେଏମ୍‌ଏଫ୍‌ସି ଅଦାଲତରେ ପ୍ରୋଟେଷ୍ଟ ପିଟିଶନ ଦାଖଲ କରିଥିଲେ। ଅଦାଲତ ଏହି ପିଟିଶନର ଶୁଣାଣି କରି ଅଧିକ ତଦନ୍ତ ଓ ଫୋନ୍‌ ବାର୍ତ୍ତାଳାପର ରେକର୍ଡ ଯାଞ୍ଚ କରିବାକୁ  ନିର୍ଦ୍ଦେଶ ଦେଇଥିଲେ। ଅଦାଲତଙ୍କ ନିର୍ଦ୍ଦେଶ ଅନୁସାରେ ପୋଲିସ ପୁଣି ତଦନ୍ତ କରିଥିଲା। କିନ୍ତୁ ବିଧାୟକ ଜେନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳି ନ ଥିବା ନେଇ ପୋଲିସ କୋର୍ଟରେ ଫାଇନାଲ ରିପୋର୍ଟ ଦାଖଲ କରିଥିଲା। ଏହା ବିରୋଧରେ ପୁଣି ଅଦାଲତରେ ପ୍ରୋଟେଷ୍ଟ ପିଟିଶନ ଦାୟର କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri