ମାହାଙ୍ଗା ଡବଲ ମର୍ଡର ଘଟଣା: ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି

କଟକ,୧୭ା୧(କାର୍ତ୍ତିକ ସାହୁ): ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ପୁଣି ଆଶ୍ୱସ୍ତି ମିଳିଛି। ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଦାୟର ମାମଲାର ଶୁଣାଣିକୁ ଆସନ୍ତା ଫେବୃଆରୀ ୧ ପର୍ଯ୍ୟନ୍ତ ହାଇକୋର୍ଟ ଘୁଞ୍ଚାଇ ଦେଇଛନ୍ତି। ବିଚାରପତି ବି.ପି.ରାଉତରାୟଙ୍କ ଅଦାଲତ ମାମଲା ଶୁଣାଣି କରି ବୁଧବାର ଦେଇଥିବା ଏହି ନିର୍ଦ୍ଦେଶ ଫଳରେ ବିଧାୟକ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି ବୃଦ୍ଧିପାଇଛି। ଉଭୟ ପକ୍ଷଙ୍କ ସହମତିରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେବା ସହ ପରବର୍ତ୍ତୀ ଶୁଣାଣି ନିମନ୍ତେ ଫେବୃଆରୀ ୧କୁ ଧାର୍ଯ୍ୟ କରିଛନ୍ତି।
ସୂଚନାନୁସାରେ, ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ବିଧାୟକ ଜେନାଙ୍କୁ ବ୍ୟକ୍ତିଗତ ହାଜର ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଧାୟକ ଏହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବା ସହ କ୍ରିମିନାଲ ରିଭିଜନ୍‌ ପିଟିଶନ୍‌ ଗତ ଅକ୍ଟୋବର ୩୧ରେ ହାଇକୋର୍ଟରେ ଦାୟର କରିଥିଲେ। ନଭେମ୍ବର ୨ରେ ହାଇକୋର୍ଟ ମାମଲାର ପ୍ରାରମ୍ଭିକ ଶୁଣାଣି କରି ପ୍ରତିପକ୍ଷ ରାଜ୍ୟ ସରକାର ଓ ରଣଜିତ ବରାଳଙ୍କୁ ନୋଟିସ ଜାରି କରିଥିଲେ। ନିମ୍ନ ଅଦାଲତରୁ ରେକର୍ଡ ତଲବ କରିବା ସହ ଡିସେମ୍ବର ୧୯ ପର୍ଯ୍ୟନ୍ତ ବିଧାୟକ ଜେନାଙ୍କ ବିରୋଧରେ କୌଣସି ପ୍ରକାର କଠୋର ପଦକ୍ଷେପ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ।
ଉଲ୍ଲେଖଯୋଗ୍ୟ ଯେ, ୨୦୨୧ ଜାନୁଆରୀ ୨ରେ ଭାଜପା ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ତଦନ୍ତର ଫଳାଫଳ ବିରୋଧରେ ରମାକାନ୍ତ ବରାଳ ସାଲେପୁର ଜେଏମ୍‌ଏଫ୍‌ସି ଅଦାଲତରେ ପ୍ରୋଟେଷ୍ଟ ପିଟିଶନ ଦାଖଲ କରିଥିଲେ। ଅଦାଲତ ଏହି ପିଟିଶନର ଶୁଣାଣି କରି ଅଧିକ ତଦନ୍ତ ଓ ଫୋନ୍‌ ବାର୍ତ୍ତାଳାପର ରେକର୍ଡ ଯାଞ୍ଚ କରିବାକୁ  ନିର୍ଦ୍ଦେଶ ଦେଇଥିଲେ। ଅଦାଲତଙ୍କ ନିର୍ଦ୍ଦେଶ ଅନୁସାରେ ପୋଲିସ ପୁଣି ତଦନ୍ତ କରିଥିଲା। କିନ୍ତୁ ବିଧାୟକ ଜେନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳି ନ ଥିବା ନେଇ ପୋଲିସ କୋର୍ଟରେ ଫାଇନାଲ ରିପୋର୍ଟ ଦାଖଲ କରିଥିଲା। ଏହା ବିରୋଧରେ ପୁଣି ଅଦାଲତରେ ପ୍ରୋଟେଷ୍ଟ ପିଟିଶନ ଦାୟର କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri