ଓକିଲ ସଙ୍ଘର ପାଣ୍ଠିକୁ ବୃଦ୍ଧି କରିବା ପାଇଁ ପ୍ରତିଶ୍ରୁତି ଦେଲେ ବିଧାୟକ, କହିଲେ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ଏତିକି ଲକ୍ଷ ଟଙ୍କା…

ଭଞ୍ଜନଗର,୨୮।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ପକ୍ଷରୁ ମଙ୍ଗଳବାର ଆଇନଜୀବୀ ଦିବସ ଏବଂ ମଧୁବାବୁ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ ଓଡ଼ିଶା ହାଇକୋର୍ଟର ବିଚାରପତି ମୁରାହରି ଶ୍ରୀ ରମଣ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବାର ଓ ବେଞ୍ଚ ମଧ୍ୟରେ ସମନ୍ବୟ ରହିଲେ ଲୋକଙ୍କୁ ତ୍ୱରିତ ନ୍ୟାୟ ମିଳିପାରିବ ବୋଲି କହିଥିଲେ। ଯୁବ ଏବଂ ନବାଗତ ଆଇନଜୀବୀମାନେ ଡିଜିଟାଲ ଯୁଗରେ ଏଆଇ ସହ ନିଜର ମସ୍ତିଷ୍କକୁ ମଧ୍ୟ ଉପଯୋଗ କରିବାର ଆବଶ୍ୟକତା ରହିଛି ବୋଲି କହିଥିଲେ। ମୁଖ୍ୟବକ୍ତା ଭାବେ ଓଡ଼ିଶା ହାଇକୋର୍ଟରେ କାର୍ଯ୍ୟରତ କେନ୍ଦ୍ର ସରକାରଙ୍କ ଡେପୁଟି ସୋଲିସିଟର ଜେନେରାଲ ପ୍ରସନ୍ନ କୁମାର ପାରି ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ଯୁବ ଆଇନଜୀବୀମାନେ ଯଦି ନିଜର ସାଧନା ଜାରି ରଖିବେ ଏବଂ ଲୋକଙ୍କ ସହ ଉତ୍ତମ ଭାବେ ମାମଲା ଗୁଡିକରେ ଯୋଡ଼ି ହେବେ ତେବେ ନିଶ୍ଚିତ ଭାବରେ ଭଲ ପରମ୍ପରା ସୃଷ୍ଟି ସହ ତାହା ପରବର୍ତ୍ତୀ ପିଢିମାନଙ୍କ ପାଇଁ ପ୍ରେରଣା ଯୋଗାଇବ ବୋଲି ଶ୍ରୀ ପାରି କହିଥିଲେ। ଏଥିସହ ସେ କହିଥିଲେ ଆମେ ପରସ୍ପରକୁ ସମ୍ମାନ ଦେବା। ନ୍ୟାୟପାଳିକାକୁ ମଧ୍ୟ ଉପଯୁକ୍ତ ସମ୍ମାନ ଦେବାକୁ ପଡିବ। ଯୁବ ଆଇନଜୀବୀ ଏବଂ ନବାଗତ ଆଇନଜୀବୀମାନେ ସର୍ବଦା ପ୍ରସ୍ତୁତ ହୋଇ ମାମଲା ଗୁଡିକର ଉପସ୍ଥାପନା କରିବାକୁ ଶ୍ରୀ ପାରି ଆହ୍ବାନ କରିଥିଲେ। ପୁରୀ ଶ୍ରୀମନ୍ଦିର ସଂସ୍କୃତିକୁ ଲୋପ କରିବା ପାଇଁ ବ୍ରିଟିଶ ଶାସକ ଚେଷ୍ଟା କରିଥିଲେ। ଫଳରେ ରାଜ ପରିବାର ପକ୍ଷରୁ ଏନେଇ ଆଇନର ଆଶ୍ରୟ ନିଆଯାଇଥିଲା। ମଧୁବାବୁ ଉକ୍ତ ମାମଲା ପରିଚାଳନା କରି ଓଡ଼ିଆଙ୍କ ସମ୍ମାନ ରକ୍ଷା କରିଥିଲେ ବୋଲି ମଧ୍ୟ ସେ କହିଥିଲେ। ବାର ଆସୋସିଏଶନ ସଭାପତି ସନ୍ତୋଷ କୁମାର ନାୟକ ଉତ୍ସବରେ ଅଧ୍ୟକ୍ଷତା କରି ଆଇନଜୀବୀମାନଙ୍କ ବିଭିନ୍ନ ସମସ୍ୟା ଓ ତାର ନିରାକରଣ ଉପରେ କହିଥିଲେ। ପୂର୍ବତନ ସମ୍ପାଦକ ହରେକୃଷ୍ଠ ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ବିମ୍ବାଧର ଷଡ଼ଙ୍ଗୀ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଏହି ଅବସରରେ ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ଆଇନଜୀବୀ ଜ୍ୟୋତି ରାଜ ପତି, ପ୍ରମୋଦ କୁମାର ପ୍ରଧାନ, ଛବି ଲାଲ ପୃଷ୍ଟିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସମ୍ପାଦକ ଧୀରେନ କୁମାର ସ୍ବାଇଁ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ଅବସରରେ ଏଡିଜେ ମହମ୍ମଦ କଏସ, ସବ ଜଜ ଦେବାଶିଷ ବିଷୋୟୀ, ବରିଷ୍ଠ ଆଇନଜିବୀ ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ସନ୍ତୋଷ ତିଆଡି, ରବି ଦାସ, ଗୋପାଳ ପ୍ରଧାନ, ଡ ନିରଞ୍ଜନ ସ୍ବାଇଁ, ଗୋପାଳ କୃଷ୍ଣ ନାୟକ,ଦିବାକର ନାୟକ, ବୀଷ୍ଟୁ ପ୍ରସାଦ ପ୍ରଧାନ, ଅଳକା ମଞ୍ଜରୀ ପଟ୍ଟନାୟକଙ୍କ ସହ ସମ୍ପାଦିକା ସ୍ନିଗ୍ଧା ଦାସ ପ୍ରମୁଖ ଉପସ୍ଥିତ ଥିଲେ। ସରକାରୀ ଓକିଲ ବସନ୍ତ କୁମାର ଦାସ,ଧବଳେଶ୍ବର ମାଝୀ, ମନୋଜ ପଟ୍ଟନାୟକ, ଜ୍ଞାନେନ୍ଦ୍ର ନାୟକ, ପ୍ରଭାକର ପାତ୍ର, ଉପସଭାପତି ରଜତ କୁମାର ଦାସ, କୋଷାଧ୍ୟକ୍ଷ ମଧୁସୂଦନ ପଣ୍ଡା, ରବିନ୍ଦ୍ର ନାଥ ବେହେରା, ଗିରିଜା ଶଙ୍କର ଭୂୟାଁ, ସଞ୍ଜୀବ କୁମାର ପାତ୍ର , ପୀତବାସ ବିଷୋୟୀ ପ୍ରମୁଖ କାର୍‌ୟଯକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ। ଆଜି ସକାଳେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ବାର ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ। ଏହି ଅବସରରେ ସେ ଭଞ୍ଜନଗର ଓକିଲ ସଙ୍ଘର ପାଣ୍ଠିକୁ ବୃଦ୍ଧି କରିବା ପାଇଁ ସେ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ଏହି ବାରକୁ ପ୍ରଦାନ କରାଯାଉଛି ବୋଲି ବିଧାୟକ ନାୟକ କହିଥିଲେ।

Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?