ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି। ଏନେଇ ବ୍ଲକ ପ୍ରଶାସନକୁ ଚିଠି ନଂ ୧୧୦/CLP/୨୬ ପ୍ରକାରେ ଅବଗତ କରାଯାଇଛି। ସୂଚନା ମୁତାବକ ବିଧାୟକ କାଡାମ ନିର୍ବାଚିତ ହେବା ପରେ ପ୍ରାୟ ୨ ବର୍ଷ ପରେ ହଠାତ୍‌ ନିଜ ପ୍ରତିନିଧିସ୍ତରରେ ଅଦଳବଦଳ କରି ଥିବାବେଳେ ଜଣେ କମ୍‌ ବୟସ ତଥା ସାଙ୍ଗଠନିକ ଦକ୍ଷତାକୁ ଦୃଷ୍ଟିରେ ରଖି ସ୍ବର୍ଗତ ବିଜୟ ପଟ୍ଟନାୟକଙ୍କ ପୁଅ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ନିଜର ପ୍ରତିନିଧି ଭାବେ ମନୋନୀତ କରିଥିବାରୁ ଦଳର ଯୁବ ସଙ୍ଗଠନ କ୍ଷେତ୍ରରେ ଉତ୍ସାହିତ ଦେଖିବାକୁ ମିଳିଛି । ସେପଟେ ବିଧାୟକ କାଡାମ ହଠାତ୍‌ ନିଜ ପ୍ରତିନିଧିକୁ ବଦଳାଇବା ଦୃଶ୍ୟ ଦଳରେ ବରିଷ୍ଠଙ୍କ ଠାରୁ ଆରମ୍ଭ କରି କନିଷ୍ଠ କର୍ମୀଙ୍କ କ୍ଷେତ୍ରରେ ଆଲୋଚନା ସୃଷ୍ଟି କରିଛି । ଅନ୍ୟପକ୍ଷରେ ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ବିଧାୟକ କାଡାମ ଓ୍ବାର୍ଡସ୍ତରରୁ ଆରମ୍ଭ କରି ପଞ୍ଚାୟତ ଓ ବ୍ଲକସ୍ତରରେ କିପରି ଦଳ ସୁଦୃଢ଼ ହୋଇପାରିବ ଏବଂ ଅଧିକରୁ ଅଧିକ ଯୁବ ସମାଜ କିପରି ଯୋଡ଼ି ହୋଇପାରିବ ଏହାକୁ ଦୃଷ୍ଟିରେ ରଖି ବିଧାୟକ କାଡାମ ଏହିପରି ପଦକ୍ଷେପ ନେଇ ଥାଇପାରନ୍ତି ବୋଲି କର୍ମୀଙ୍କ ମଧ୍ୟରେ ଆଲୋଚନା ଜୋର୍‌ ଧରିଛି । ଗୁପ୍ତ ଶଙ୍କର ପଟ୍ଟନାୟକ ବିଧାୟକ କାଡାମଙ୍କ ପ୍ରତିନିଧି ଭାବେ ମନୋନୀତ ହୋଇଥିବାରୁ ତାଙ୍କ ପାଖକୁ ବର୍ତ୍ତମାନ ଶୁଭେଚ୍ଛାର ବାର୍ତ୍ତା ଛୁଟିବାରେ ଲାଗିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri