କର୍ମଚାରୀଙ୍କୁ ତାଗିଦ କଲେ ବିଧାୟକ, ଭତ୍ତା ପ୍ରଦାନରେ….

ଘଣ୍ଟାପଡ଼ା, ୬ା୭(ପ୍ରଭାତ କୁମାର ସାହୁ):ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନମଣ୍ଡଳୀର ନବ ନିର୍ବାଚିତ ବିଧାୟକ କହ୍ନେଇ ଚରଣ ଡାଙ୍ଗ ବୁଧବାର ପ୍ରଥମ କରି କଣ୍ଟାମାଳ ବ୍ଲକକୁ ପରିଦର୍ଶନରେ ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏଥିସହ ଲୋକଙ୍କୁ ତ୍ୱରିତ ସେବା ଯୋଗାଇବା ସହ କାର୍ଯ୍ୟରେ ସ୍ବଚ୍ଛତା ଅବଲମ୍ବନ ପାଇଁ ବିଡ଼ିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବ୍ଳକର ସଭାଗୃହରେ ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମୀକ୍ଷା ବୈଠକରେ ବିଧାୟକ ଡାଙ୍ଗ ଉପସ୍ଥିତ ରହି ସମସ୍ତ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବିଡ଼ିଓ ସାମି ଜୟଶ୍ରୀ ରେଡ୍ଡୀ ବୈଠକ ପରିଚାଳନା କରିଥିଲେ। ବର୍ତ୍ତମାନ ସୁଦ୍ଧା କେଉଁ କେଉଁ ବିଭାଗରେ କେତେ କାର୍ଯ୍ୟ ଅସମ୍ପୂର୍ଣ୍ଣ ରହିଛି, କେତେ କାର୍ଯ୍ୟ କାର୍ଯ୍ୟାଦେଶ ପରେ ମଧ୍ୟ କାର୍ଯ୍ୟାରମ୍ଭ ହୋଇନାହିଁ ଓ କେତେ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି ସେ ସମ୍ପର୍କରେ ବିଧାୟକ ଡାଙ୍ଗ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ। ଅସମ୍ପୂର୍ଣ୍ଣ କାର୍ଯ୍ୟ ଗୁଡିକୁ ଶୀଘ୍ର ସମ୍ପୂର୍ଣ୍ଣ ପାଇଁ ନିର୍ଦେଶ ଦେଇଥିଲେ। ସେହିପରି ଗରିବ ଖଟିଖିଆ, ମୂଲିଆ, ଚାଷୀମାନଙ୍କ ମୌଳିକ ସମସ୍ୟା ଉପରେ ଆଲୋଚନା କରିଥିଲେ। ଗରିବ ଖଟିଖିଆ ଲୋକଙ୍କ ନିମନ୍ତେ ଉଦ୍ଦିଷ୍ଟ ଆବାସ ଯୋଜନା ଓ ଭତ୍ତା ପ୍ରଦାନରେ ସ୍ବଚ୍ଚତା ଅବଲମ୍ବନ କରିବା ସହ ଯଥା ସମୟରେ ଯୋଗାଇ ଦେବା ନିମନ୍ତେ ବିଡ଼ିଓ ଓ କର୍ମଚାରୀମାନଙ୍କୁ ବିଧାୟକ ଡାଙ୍ଗ ତାଗିଦ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ପରିଷଦ ପ୍ରତିନିଧି ଅନିଲ କୁମାର ପ୍ରଧାନ, ଖଲିଆପାଲି ସମିତିସଭ୍ୟ କେଦାରନାଥ ସାହୁ,ବରଗାଁ ସରପଞ୍ଚ ପିନାକଧର ରଣାଙ୍କ ସମେତ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ, ଜଳ ଓ ପରିମଳ ବିଭାଗର ସହକାରୀ ଯନ୍ତ୍ରୀ,ବରିଷ୍ଠ କିରାଣି, ଏପିଇଓ, କୋଷାଧ୍ୟକ୍ଷ, ଡିଇଓ,ସମସ୍ତ କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ ସମେତ ବ୍ଲକର ସମସ୍ତ କର୍ମଚାରୀ ଓ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri