ପରଜଙ୍ଗ,୫।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ପିଏମ୍ ଶ୍ରୀ ମହେଶ୍ଚନ୍ଦ୍ର ସୁବହୁସିଂହ ନୋଡାଲ ବିଦ୍ୟାପୀଠଠାରେ ସୋମବାର ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବ ପରଜଙ୍ଗ ବିଧାୟକ ବିଭୂତି ଭୂଷଣପ୍ର ଧାନଙ୍କ କରକମୋଳରେ ଉଦ୍ଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ବକ୍ତା ଭାବେ ବ୍ଲକ ଅଧକ୍ଷା ଶର୍ମିଷ୍ଠା ଦଳବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧକ୍ଷା ଯଶଶ୍ୱିନୀ ରାଉତ, ବ୍ଲକ ଶିକ୍ଷା ଅଧିକାରିଣୀ ପ୍ରିୟଦର୍ଶିନୀ ନାୟକ, ପଞ୍ଚସଖା ଶିକ୍ଷା ସେତୁ ସଭାପତି ନାରାୟଣ ବିନାୟକ, ବିଦ୍ୟାଳୟ ଶିକ୍ଷା କମିଟି ସଭାପତି ଅନ୍ତର୍ଯ୍ୟାମୀ ନାୟକ ଯୋଗ ଦେଇଥିବା ବେଳେ କାର୍ଯ୍ୟକ୍ରମକୁ ସହକାରୀ ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ନନ୍ଦ ପରିଚାଳନା କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବର ସଭାପତି ପ୍ରଶାନ୍ତ କୁମାର ବିକ୍ରମ ସିଂହଙ୍କ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛ। କୁମୁସି ହାଇସ୍କୁଲର ଶିକ୍ଷକ ମଳୟ କୁମାର ପଣ୍ଡା ମଞ୍ଚ ପରିଚାଳନା କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ସ୍କୁଲ ଛାତ୍ରୀଛାତ୍ର ମାନଙ୍କ ଦ୍ୱାରା ଅତିଥି ମାନଙ୍କୁ ସ୍ବାଗତ କରିବା ସହ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହି ଅବସରରେ ମୁଖ୍ୟ ଅତିଥି ବିଧାୟକ ବିଭୂତି ଭୂଷଣ ପ୍ରଧାନ ତାଙ୍କ ବ୍ୟକ୍ତବରେ କହିଥିଲେ ଆଜିର ଦିନରେ ଶିକ୍ଷା ସହିତ ମନୋରଞ୍ଜନ ନିତ୍ୟାନ୍ତ ଆବଶ୍ୟକ ବୋଲି କହିଥିଲେ।