ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଥିଲେ। ବିଭିନ୍ନ ସାମାଜିକ ସଂଗଠନ, ସାଧାରଣ ଲୋକେ ସମାଲୋଚନା ବି କରିଥିଲେ। ତେବେ ଆସନ୍ତା ବଜେଟ ଅଧିବେଶନରେ ପୁନଃବିଚାର ହୋଇ ବିଲ୍‌ ପାରିତ ହୋଇପାରେ ବୋଲି ସେ କହିଛନ୍ତି।

ବିଧାୟକଙ୍କ ଦରମା କମିପାରେ ବୋଲି ବି ସେ କହିଛନ୍ତି। ଆପାତତଃ ସୁହାଇଲା ଭଳି ସର୍ବନିମ୍ନ ଆବଶ୍ୟକ ମୁତାବକ ଦରମା କରାଯାଉ। ସରକାର ବିଚାର କରୁଛନ୍ତି ନିଶ୍ଚିତ ଅନୁଧ୍ୟାନ କରି ପଦକ୍ଷେପ ନେବେ।

ଭାସ୍କର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ପୂର୍ବରୁ ତିନିଥର କାର୍ଯ୍ୟ କରିଛନ୍ତି ଏବଂ ବର୍ତ୍ତମାନ ୧୭ଶ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।

୨୦୨୪ରେ ହୋଇଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ, ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଉଦଳା ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬୬,୪୦୧ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥ ଶ୍ରୀନାଥ ସୋରେନ୍‌ଙ୍କୁ ୬,୫୧୭ ଖଣ୍ଡ ଭୋଟ୍‌ରେ ପରାସ୍ତ କରି  ୧୭ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri