ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ଗିରଫ

ବଲାଙ୍ଗୀର ଅଫିସ,୨ା୨: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜି ସିଂଙ୍କୁ ବେଲପଡ଼ା ପୋଲିସ ବୁଧବାର ରାତିରେ ଗିରଫ କରିଥିବା ଜଣାପଡ଼ିଛି। କଣ୍ଟାବାଞ୍ଜି-ବେଲପଡ଼ା ରାସ୍ତାରେ ଥିବା ଆଲିସାନ ସିନେମା ହଲର ମାଲିକଙ୍କ ଅଭିଯୋଗ ଅନୁସାରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଆଲିସାନ ସିନେମା ହଲ୍‌ଠାରେ କୌଣସି କଥାକୁ ନେଇ ସେଜି ସିଂ ଏବଂ ସିନେମା ହଲ ମାଲିକଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ୧୦/୧୨ ଜଣ ଯୁବକଙ୍କ ସହ ମିଶି ସେଜି ସିନେମା ହଲ ମାଲିକଙ୍କୁ ବନ୍ଧୁକ ଦେଖାଇ ଧମକ ଦେଇଥିବା ଅଭିଯୋଗ ହୋଇଛି।

 

ଅଭିଯୋଗ ପରେ ଘଟଣାସ୍ଥଳକୁ ପୋଲିସ ପହଞ୍ଚିଥିଲା। ତେବେ ପୋଲିସକୁ ଧକ୍କା ଦେଇ ସେଠାରେ ଥିବା ୧୦/୧୨ ଜଣ ଯୁବକ ଫେରାର ହୋଇଯାଇଥିଲେ। ବେଲପଡ଼ା ଥାନାରେ ଏନେଇ ଏକ ମାମଲା (୨୪/୨୩) ରୁଜୁ କରି ପୋଲିସ ସେଜି ସିଂଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ପୋଲିସ ପକ୍ଷରୁ ଅନ୍ୟମାନଙ୍କୁ ଧରିବା ପାଇଁ ଚଢ଼ାଉ ଅଭିଯାନ ଆରମ୍ଭ କରାଯାଇଛି। ବିଭିନ୍ନ ସ୍ଥାନରେ ଚଢ଼ାଉ କରି ପୋଲିସ ଅନ୍ୟ ଦୁଇଜଣ ଅଭିଯୁକ୍ତଙ୍କୁ କାବୁ କରିଛି। ଚଢ଼ାଉ ବେଳେ ବିଭିନ୍ନ ସ୍ଥାନରୁ ୧୫ ଲକ୍ଷ ଟଙ୍କା ଓ ବ୍ୟାପକ ମଦ ଜବତ କରିଥିବା ଜଣାପଡ଼ିଛି। ଏନେଇ ବଲାଙ୍ଗୀର ଏସ୍‌ପି ନୀତିନ କୁଶଲକରଙ୍କୁ ପଚରାଯିବାରୁ ଆଲିସାନ ସିନେମା ହଲ ମାଲିକଙ୍କ ଅଭିଯୋଗ ମୁତାବକ ବେଲପଡ଼ା ଥାନାରେ ମାମଲା ରୁଜୁ କରାଯାଇ ସେଜି ସିଂଙ୍କୁ ଗିରଫ କରାଯାଇଛି। ଅନ୍ୟସ୍ଥାନରେ ଚଢ଼ାଉ ଜାରି ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri