‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା ସଚେତନତା ରଥ’ର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଏହି ରଥକୁ ଉଦଘାଟନ କରିବା ସହ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ି ଛୁଆଁ’ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।
ସିଦ୍ଧେଶ୍ୱର ଗ୍ରାମସ୍ଥିତ ନୋଡାଲ ହାଇସ୍କୁଲ ପରିସରରେ ଆୟୋଜିତ ଏହି ସଭାରେ ବିଧାୟକଙ୍କ ଉପସ୍ଥିତିରେ ୧୩ ଜଣ ଛାତ୍ରଛାତ୍ରୀଙ୍କୁ ଶିଶୁବାଟିକା ଶ୍ରେଣୀରେ ନାମଲେଖା କରାଯାଇଥିଲା। ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟଗୁଡ଼ିକ ହେଲା ଡ୍ରପ୍‌ ଆଉଟ୍‌ ହାର ହ୍ରାସ କରିବା, ନିୟମିତ ବିଦ୍ୟାଳୟ ଗମନ(୬ ରୁ ୧୪ ବର୍ଷର ସମସ୍ତ ପିଲାଙ୍କୁ ସରକାରୀ ସ୍କୁଲରେ ନାମ ଲେଖାଇବାକୁ ଉତ୍ସାହିତ କରିବା), ସଭିଏଁ ପଢ଼ନ୍ତୁ, ସଭିଏଁ ବଢ଼ନ୍ତୁ(ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗର ଏହି ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବା)।
ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ସନ୍ତୋଷ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ସରପଞ୍ଚ ବିଜୟ କୁମାର ପ୍ରଧାନ, ସହଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ରସାନନ୍ଦ ଘଡେଇ, ବିଶ୍ରବା ପାଇକ, ନାଏବ ସରପଞ୍ଚ ପ୍ରତିନିଧି ବିଦେଶୀ ଗୈାଡ ଏବଂ ଭାଜପା ମଣ୍ଡଳ ସଭାପତି ମିଟୁ ଦୋରା ପ୍ରମୁଖ ଯୋଗ ଦେଇଥିଲେ।
ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ସସ୍ମିତା ନାୟକ, ଗୋଷ୍ଠୀ ସାଧନ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନଙ୍କ ସମେତ ସମସ୍ତ ସିଆରସିସି (CRCC) ଓ ଶିକ୍ଷକ-ଶିକ୍ଷୟିତ୍ରୀମାନେ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।
ଏହି ସଚେତନତା ରଥ ଆଗାମୀ ୪ ଦିନ ଧରି ବ୍ଲକର ୧୬ଟି କ୍ଲଷ୍ଟର ଅଧୀନରେ ଥିବା ସମସ୍ତ ବିଦ୍ୟାଳୟ ପରିଭ୍ରମଣ କରିବ। ଏହା ମାଧ୍ୟମରେ ଅଭିଭାବକମାନଙ୍କୁ ସ୍କୁଲ ଶିକ୍ଷାର ଗୁରୁତ୍ୱ ବିଷୟରେ ସଚେତନ କରାଯିବ ବୋଲି ଗୋଷ୍ଠୀ ଶିକ୍ଷାଧିକାରୀ ସୂଚନା ଦେଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri