ସୁରଭି କାର୍ଯ୍ୟକ୍ରମରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୩୧|୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ପଦ୍ମନାଭପୁର ନୋଡାଲ ହାଇସ୍କୁଲ ପରିସରରେ ଶୁକ୍ରବାର  ବ୍ଳକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରୀଛାତ୍ର ମାନେ ଭଲ ପାଠ ପଢିବା ସହ ବିଭିନ୍ନ କ୍ରୀଡା,ନୃତ୍ୟ, ସଙ୍ଗୀତରେ ପାରଦର୍ଶିତା ଅର୍ଜନ କରି ବିଶେଷକରି ଦକ୍ଷିଣ ଓଡ଼ିଶାର  ପାରମ୍ପରିକ କଳା ନୈପୁଣ୍ୟକୁ ଉଜ୍ଜୀବିତ କରି  ନିଜ ନିଜ ଶିକ୍ଷାନୁଷ୍ଠାନର ସୁନାମ ଅର୍ଜନ କରିବାକୁ ପରାମର୍ଶ ଦେଇଥିଲେ । ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ. ଶଙ୍କର ନାରାୟଣ ବେଜଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବ୍ଲକ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉମେଶ ସେଠୀ , ଜିଲା ପରିଷଦ ସଦସ୍ୟା ସଂଯୁକ୍ତା କବି , ପଦ୍ମନାଭପୁର ସରପଞ୍ଚ ବି. ସନ୍ଧ୍ୟାରାଣୀ ସୁବୁଦ୍ଧି , ସହଗୋଷ୍ଠୀ ଶିକ୍ଷାଧିକାରୀ ବାଳାମାଝୀ , ବିଶ୍ରବା ପାଇକ , ରସାନନ୍ଦ ଘଡେଇ , କରପଡା ସରପଞ୍ଚ ଫନିନ୍ଦ୍ର ଚନ୍ଦ୍ର ଗୋସ୍ୱାମୀ , ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣା , ଭୀଷ୍ମଗିରି ପିଏମ୍ ଶ୍ରୀ ହାଇସ୍କୁଲ ପ୍ରଧାନଶିକ୍ଷକ ମନୋଜ କୁମାର ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ୧୬ ଟି କ୍ଳଷ୍ଟରରୁ ପାଖାପାଖି ୪ ଶହରୁ ଉର୍ଦ୍ଧ୍ବ  ଛାତ୍ରୀ ଛାତ୍ର ଏହି ସୁରଭି ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜର କଳା ପ୍ରତିଭା ପ୍ରଦର୍ଶନ କରିଥିଲେ । ଏଥିରେ ୩୨ ଜଣ ବିଚାରକ ଭାବେ ଅଂଶଗ୍ରହଣ କରିଥିଲେ । ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ ଜିଲା ସଭାପତି ରାଜେନ୍ଦ୍ର କୁମାର ଗୈାଡ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ସ୍ଥାନୀୟ ସିଆରସିସି ଶ୍ରୀକାନ୍ତ ସାମନ୍ତରାୟ ଏବଂ ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମ ପରିଶେଷରେ ଅତିଥି ମାନଙ୍କ ଦ୍ୱାରା କୃତି ଛାତ୍ରୀଛାତ୍ର ମାନଙ୍କୁ  ପୁରସ୍କୃତ କରାଯାଇଥିବା ବେଳେ ଚଷାନିମଖଣ୍ଡି କ୍ଲଷ୍ଟରର ଚଷାନିମଖଣ୍ଡି ଗ୍ରାମ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ବ୍ଲକ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିଲା । କାର୍ଯ୍ୟକ୍ରମରେ ସମସ୍ତ ସିଆରସିସି , ପ୍ରଧାନ  ଶିକ୍ଷୟିତ୍ରୀ ଶିକ୍ଷକ ବୃନ୍ଦ , ସହକାରୀ ଶିକ୍ଷୟତ୍ରୀ ଶିକ୍ଷକ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ  କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri