ନବରାତ୍ରି ପୂଜାରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୩୦|୯(ଅଶେଷ ନାଥ ମିଶ୍ର) : ଦିଗପହଣ୍ଡି ବ୍ଳକ ଖମାରୀ ଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ନିକଟସ୍ଥ ଗାଇଡା ପର୍ବତ ପାଦଦେଶରେ ବିରାଜିତ ଶ୍ରୀ ଶ୍ରୀ ମା’ ଟିକାଚନ୍ଦ୍ରୀ ଶକ୍ତିପୀଠରେ  ନବରାତ୍ରି ପୂଜା ମହା ସମାରୋହରେ ପାଳିତ ହେଉଛି। ପ୍ରତ୍ୟେହ ଚଣ୍ଡୀପାଠ,୧୦୮ ଆଳତି,ଷୋଡ଼ଶ ଉପଚାରରେ ପୂଜାର୍ଚ୍ଚନା,ହୋମଯଜ୍ଞ ସହ ଅନ୍ନଯଜ୍ଞ ଚାଲିଛି। ପ୍ରତିଦିନ ସନ୍ଧ୍ୟାରେ ଏଠାରେ ଉତ୍ସାହି ଯୁବତୀ ଯୁବକ ଙ୍କ ଦାଣ୍ଡିଆ ଓ ଗରବା ନୃତ୍ୟ ଗୀତ ମନୋରଞ୍ଜନ କାର୍ଯ୍ୟକ୍ରମ ବେଶ ଉପଭୋଗ୍ୟ ହେଉଛି।  ଏକଦା ପାହାଡ଼ ଶୀର୍ଷରେ ପୂଜା ପାଉଥିବା ମା ‘ ପ୍ରତ୍ୟକ୍ଷ ଦେବୀ ଭାବେ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିଶ୍ୱାସ ରହିଛି। ଭକ୍ତ ତଥା ଶ୍ରଦ୍ଧାଳୁ ମାନେ ଘଞ୍ଚ ଜଙ୍ଗଲ ରାସ୍ତାରେ ପାହାଡ଼ ଶୀର୍ଷକୁ ଯାଇ ପ୍ରତିଦିନ ମା ‘ ଙ୍କୁ ପୂଜାର୍ଚ୍ଚନା କରିବା ସମ୍ଭବ ନହେବାରୁ ଅଞ୍ଚଳବାସୀଙ୍କ ସହଯୋଗରେ ପାହାଡ ପାଦଶେଷରେ ଭବ୍ୟ ମନ୍ଦିର ନିର୍ମାଣ କରାଯାଇଛି।  ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର  ମା’ ଟିକାଚନ୍ଦ୍ରୀ ଶକ୍ତିପୀଠ ପୂଜା ମହୋତ୍ସବ ରେ ଯୋଗ ଦେଇଥିଲେ । ମା’ ଙ୍କ ନିକଟରେ ପୂଜାର୍ଚ୍ଚନା କରି ଅଞ୍ଚଳ ବାସୀଙ୍କ ମଙ୍ଗଳ କାମନା କରିବା ସହ ମନ୍ଦିରର ଉନ୍ନୟନ ନିମନ୍ତେ ମନ୍ଦିର ପରିଚାଳନା କମିଟି ସଦସ୍ୟଙ୍କ ସହ ଆଲୋଚନା କରିଥିଲେ । ପୂଜା ମହୋତ୍ସବ କମିଟିର ପରିଚାଳକ ତଥା ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୈାଡ ,ସାମାଜିକ କର୍ମୀ ରଞ୍ଜନ କୁମାର ପାଣିଗ୍ରାହୀ,ଶିବାନନ୍ଦ ପାଣିଗ୍ରାହୀ , ଭାଜପା ଭୀଷ୍ମଗିରି ମଣ୍ଡଳ ସମ୍ପାଦକ କେ . ନରସିଂହ ପାତ୍ର , ଭାଜପା ଯୁବମୋର୍ଚ୍ଚା ଗଞ୍ଜାମ ଜିଲା ଉପସଭାପତି ବାପି ପ୍ରଧାନଙ୍କ ସମେତ ବହୁ ଦଳୀୟ କର୍ମୀ ଓ ଗ୍ରାମବାସୀ ଉପସ୍ଥିତ ଥିଲେ । ଏହାପରେ ବିଧାୟକ  ଦିଗପହଣ୍ଡି ଅଞ୍ଚଳ କଲୋନୀ ସିଂହ ବାହିନୀ ପୂଜା କମିଟି ପକ୍ଷରୁ ଆୟୋଜିତ ଦୂର୍ଗାପୂଜା ମଣ୍ଡପରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ । ପରିଶେଷରେ ଦିଗପହଣ୍ଡି ସହରର ଆରାଧ୍ୟ ଦେବୀ ମା ‘ ବୁଢ଼ୀ ଠାକୁରାଣୀ ମନ୍ଦିରରେ ପହଞ୍ଚି ମା’ ଙ୍କ ନିକଟରେ ଜଗତର କଲ୍ୟାଣ ନିମନ୍ତେ ପ୍ରାର୍ଥନା କରି ଫେରିଥିଲେ । ଭାଜପା ରାଜ୍ୟ ପରିଷଦ ସଦସ୍ୟ ପରେଶ ଚନ୍ଦ୍ର ରଥ , ବ୍ରହ୍ମପୁର ଏମ ପି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri