Posted inଜାତୀୟ

ନିଜକୁ ଗୁଳି କଲେ ବିଧାୟକ! ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର

ଲୁଧିଆନା,୧୧।୧(ଅରୁଣ ସାହୁ):ପଞ୍ଜାବର ଲୁଧିଆନା ପଶ୍ଚିମ ନିର୍ବାଚନମଣ୍ଡଳୀର ଆମ ଆଦମୀ ପାର୍ଟି (ଆପ) ବିଧାୟକ ଗୁରୁପ୍ରୀତ ଗୋଗୀଙ୍କ ମୁଣ୍ଡରେ ଗୁଳି ବାଜିବାରୁ ତାଙ୍କର ମୃତ୍ୟୁ ହୋଇଛି। ବିଧାୟକ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ଆପ ବିଧାୟକଙ୍କ ମତ୍ୟୁ କିପରି ହେଲା, ହଠାତ୍‌ କିପରି ଗୁଳି ବାଜିଲା, ସେ ନିଜକୁ ଗୁଳି କରିଛନ୍ତି ନା ଅନ୍ୟ କେହି ଗୁଳି ଚଳାଇଛନ୍ତି ସେ ବିଷୟରେ ବର୍ତ୍ତମାନ କିଛି କହିହେବ ନାହିଁ।

ଡିସିପି ଜସକରଣ ସିଂହ ତେଜା ଆପ ବିଧାୟକଙ୍କ ମୃତ୍ୟୁର ନିଶ୍ଚିତ କରିଛନ୍ତି ଏବଂ କହିଛନ୍ତି, ତାଙ୍କୁ ମୃତ ଅବସ୍ଥାରେ ଡିଏମସି ହସ୍ପିଟାଲକୁ ଅଣାଯାଇଥିଲା। ତାଙ୍କ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ମର୍ଚ୍ୟୁରୀରେ ରଖାଯାଇଛି। ଏହି ଘଟଣାଟି ରାତି ୧୨ଟାରେ ଘଟିଥିଲା। ଘଟଣା ପୂର୍ବରୁ ସେ ପ୍ରତିଦିନ ପରି ରାତ୍ରୀ ଭୋଜନ କରିଥିଲେ। ପୋଲିସ କମିଶନର କୁଲଦୀପ ଚହଲ ଏବଂ ଡେପୁଟି କମିଶନର ଜିତେନ୍ଦ୍ର ଜୋରୱାଲ ଡିଏମସିଏଚରେ ଉପସ୍ଥିତ ଅଛନ୍ତି। ଆପ ବିଧାୟକଙ୍କ ମୃତ୍ୟୁର କାରଣ ଜାଣିବା ପାଇଁ ମୃତଦେହର ପୋଷ୍ଟମର୍ଟମ କରାଯିବ।
ଡିସିପି ଜସକରଣ ସିଂହ ତେଜା କହିଛନ୍ତି ପରିବାର ସଦସ୍ୟଙ୍କ ଅନୁଯାୟୀ, ସେ ଭୁଲବଶତଃ ନିଜକୁ ଗୁଳି କରିଦେଇଥିଲେ। ତାଙ୍କ ମୁଣ୍ଡରେ ଗୁଳି ବାଜିଛି। ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ। ଆପ ବିଧାୟକ ଗୁରୁପ୍ରୀତ ବସ୍ସି ଗୋଗୀଙ୍କ ପରିବାରରେ ତାଙ୍କ ସ୍ତ୍ରୀ, ଗୋଟିଏ ପୁଅ ଏବଂ ଗୋଟିଏ ଝିଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri