ମହାନତା ଦେଖାଇଲେ ବିଧାୟିକା

ସୁନ୍ଦରଗଡ଼,୭ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଉପକଣ୍ଠ କଲେଜ ବାଇପାସ ଇବ ନଦୀ ପୋଲ ଉପରୁ ଶୁକ୍ରବାର ମାନସିକଭାବେ ଦୁର୍ବଳ ୨ ମହିଳାଙ୍କୁ ଉଦ୍ଧାର କରି ସ୍ଥାନୀୟ ବିଧାୟିକା କୁସୁମ ଟେଟେ ସୁଧାର ଗୃହକୁ ପଠାଇଛନ୍ତି। ଜଣଙ୍କ ବୟସ ୨୭ ଏବଂ ଆଉ ଜଣଙ୍କର ୪୫ ବୋଲି ଜଣାପଡ଼ିଛି। ତେବେ ସେ କେଉଁଠୁ ଆସିଛନ୍ତି ତାହା ଜଣାପଡ଼ିନାହିଁ। ସ୍ପଷ୍ଟ ଦିବାଲୋକରେ ୨ ମହିଳା ସମ୍ପୂର୍ଣ୍ଣ ଉଲଗ୍ନ ହୋଇ ଇବ ନଦୀ ପୋଲ ଉପରେ ଚାଲି ଚାଲି ଯାଉଥିଲେ। ଶହ ଶହ ଯାତ୍ରୀ ସେଇ ରାସ୍ତା ଦେଇ ଯାଉଥିଲେ ମଧ୍ୟ କେହି ଜଣେ ଏଭଳି ଲଜ୍ଜିତ ଦୃଶ୍ୟ ପାଇଁ ଦୟା ଦେଖାଇ ନ ଥିଲେ। ନିଜ ଘରୁ ଆଦିବାସୀ ମଞ୍ଚ ଘେରାଉ କାର୍ଯ୍ୟକ୍ରମକୁ ଯାଉଥିବା ବିଧାୟିକା କୁସୁମ ଟେଟେ ଏହି ୨ ମହିଳାଙ୍କୁ ଦେଖି ଗାଡି ଅଟକେଇ ଥିଲେ। ଆଦିବାସୀ ନେତାଙ୍କୁ ସମ୍ବର୍ଦ୍ଧିତ କରିବାକୁ ସାଙ୍ଗରେ ନେଉଥିବା ଗାମୁଛା ନେଇ ୨ ମହିଳାଙ୍କୁ ଘୋଡାଇ ଦେଇଥିଲେ। ସେହି ରାସ୍ତା ଦେଇ ଯାଉଥିବା ଶହ ଶହ ଗାଡି ଅଟକି ରହିଗଲା। କେହି କିଛି ବୁଝିବା ଆଗରୁ ବିଧାୟିକା କୁସୁମ ଆମ୍ବୁଲାନ୍ସ ଡାକି କଲେଜ ବାଇପାସରେ ଥିବା ସୁଧାର ଗୃହକୁ ନେଇ ଯାଇଥିଲେ। ସୁଧାର ଗୃହ ଅଧ୍ୟକ୍ଷା ସ୍ନେହଲତା ପଟେଲଙ୍କୁ ଜିମା ଦେବା ପରେ ବିଧାୟିକା କୁସୁମ ନିଜ ଗନ୍ତବ୍ୟସ୍ଥଳୀ ଆଦିବାସୀ ମୋର୍ଚ୍ଚାର ବିଶାଳ ବିକ୍ଷୋଭରେ ଯୋଗଦେବା ପାଇଁ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ବିଧାୟିକାଙ୍କ ଏଭଳି ମହାନତାକୁ ନେଇ ସବୁଠି ପ୍ରଂଶସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri