ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦତ୍ତ  ୧ କୋଟି ୪୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଅନୁମୋଦିତ ହୋଇଥିବା  ବସଷ୍ଟାଣ୍ଡ – ପୁଞ୍ଜିକଂୟା ଛକ ମୁଖ୍ୟରାସ୍ତା କଡ଼ରେ ଫୁଡ୍ କୋର୍ଟ ଓ ଭେଣ୍ଡିଙ୍ଗ ଜୋନ ସହ ସହରର ଜନତା ଲେନ ରାସ୍ତାକଡରେ ନୂତନ ପାଠାଗାର ଓ ଦୋକାନ ଗୃହ ନିର୍ମାଣ କରାଯିବ ବୋଲି ଜଣାପଡିଛି ।ଶିଳାନ୍ୟାସ କାର୍ଯ୍ୟକ୍ରମ ରେ ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା,କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ସହକାରୀ ଯନ୍ତ୍ରୀ ଇଂ.ଲକ୍ଷ୍ମୀ ସିଂ, କନିଷ୍ଠ ଯନ୍ତ୍ରୀ ଇଂ. କେ. ମିଥୁନ କୁମାର ସେନାପତି, କାଉନସିଲର ଦୀପକ କୁମାର ମିଶ୍ର,ନୀଳମାଧବ ଗୌଡ଼, ସୁଶାନ୍ତ କୁମାର ପାତ୍ର,ସୁନୀଲ କୁମାର ପଣ୍ଡା, ମାମିନି ବେହେରା, ସନ୍ତୋଷିନୀ ବେହେରା, ଇ.ଗାୟତ୍ରୀ,କାଉନସିଲର ପ୍ରତିନିଧି ରମେଶ ଚନ୍ଦ୍ର ଜେନା,ରଞ୍ଜିତ ବେହେରା , ଇ.ଶଙ୍କରଙ୍କ ସମେତ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।

ପରେ ବିଧାୟକ ଦିଗପହଣ୍ଡି ମେଡିକାଲ ରାସ୍ତାରେ ଥିବା ସହରର ଐତିହ୍ୟ ସମ୍ପନ୍ନ  ବଡ଼ ବନ୍ଧ ପୋଖରୀର ଦୂରାବସ୍ଥା ଓ ଆବର୍ଜନାମୟ ପରିବେଶକୁ ନିରୀକ୍ଷଣ କରି ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନାରେ ଏହି ପୋଖରୀର ପୁନଃରୁଦ୍ଧାର କରାଯାଇ ଯଥାଶୀଘ୍ର ଏକ ଆଦର୍ଶ ପୋଖରୀରେ ପରିଣତ କରିବା ପାଇଁଁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇ ଫେରିଥିଲେ । ବଡ଼ବନ୍ଧ ପୁନଃରୁଦ୍ଧାର ନିମନ୍ତେ ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରାଯାଇଛି। ସେଠାରେ ବୋଟିଂ ବ୍ୟବସ୍ଥା ସହ ପୋଖରୀ କଡ଼ରେ ଅତ୍ୟାଧୁନିକ ମିନି ପାର୍କ କରାଯିବ । ଏହି ପ୍ରକଳ୍ପ ନିମନ୍ତେ ଡ୍ରୋନ ସର୍ଭେ ସରିଛି। ବାଥ୍ ମେଟ୍ରିକ୍ ସର୍ଭେ ସରିବା ପରେ ଡ୍ରଇଂ ଡିଜାଇନ କରାଯାଇ ପ୍ରକଳ୍ପ ନିମନ୍ତେ ଆବଶ୍ୟକ ଖର୍ଚ୍ଚ ଅଟକଳକୁ ପ୍ରଶାସନିକ ଅନୁମୋଦନ ନିମନ୍ତେ ପଠାଯିବ ବୋଲି  ନିର୍ବାହୀ ଅଧିକାରୀ କହିଛନ୍ତି।

ଅପରପକ୍ଷରେ ଏନଏସି ଉପାଧ୍ୟକ୍ଷ କେ.ପୂଜାଙ୍କୁ ବିଧାୟକଙ୍କ ଶିଳାନ୍ୟାସ କାର୍ଯ୍ୟକ୍ରମ ସମ୍ପର୍କରେ ଏନଏସି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇନଥିବା ସହ ଏନେଇ ଏନଏସି କାଉନସିଲ ସଭାରେ କୌଣସି ଆଲୋଚନା କରାଯାଇ ପ୍ରସ୍ତାବ ଗୃହୀତ କରାଯାଇନଥିବା କାରଣରୁ ସେ ଶିଳାନ୍ୟାସ କାର୍ଯ୍ୟକ୍ରମକୁ ବର୍ଜନ କରିଥିବା ପ୍ରତିନିଧି କେ.କୁନା କହିଛନ୍ତି । ଏନେଇ ନିର୍ବାହୀ ଅଧିକାରୀଙ୍କୁ ପଚାରିବାରୁ ତାଙ୍କୁ କାର୍ଯ୍ୟକ୍ରମ ସମ୍ପର୍କରେ ପୂର୍ବରୁ ଲିଖିତ ଭାବେ ଜଣାଯାଇଥିବା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?