ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି।

ଦିଗପହଣ୍ଡି ଏନଏସିର ୨ ନମ୍ବର ୱାର୍ଡ ନିମପଲ୍ଲୀ ଗ୍ରାମ ନିକଟ ଘୋଡ଼ାହାଡ଼ ଡ୍ୟାମ ରାସ୍ତାକଡ଼ରେ ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ୨ କୋଟି ୧୦ ଲକ୍ଷ ଟଙ୍କା ବ୍ୟୟରେ ନବନିର୍ମିତ ବହୁମୁଖୀ ଭବନ (ଏମ୍‌ପିଏଚ)କୁ ବିଧାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଲୋକାର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ସମ୍ବିତ କୁମାର ଜେନା, ସହକାରୀ ଯନ୍ତ୍ରୀ ଇଂ. ଲଡୁ କିଶୋର ବେହେରା, ଠିକାଦାର ସରୋଜ କୁମାର ପାତ୍ରଙ୍କ ସମେତ କାଉନସିଲର ସୁଶାନ୍ତ କୁମାର ପାତ୍ର, ସନ୍ତୋଷିନୀ ବେହେରା, ମାମୁନି ବେହେରା, ଇ. ଗାୟତ୍ରୀ, ଜୋସ୍ନା ଜେନା, ନୀଳମାଧବ ଗୌଡ଼ ଏବଂ କାଉନସିଲର ପ୍ରତିନିଧି ରମେଶ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ପରେ ବିଧାୟକ ଏନଏସି ସଭାଗୃହରେ ପହଞ୍ଚି ୨୩ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ।

ଏହାପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୨ କୋଟି ୪୫ ଲକ୍ଷ ଟଙ୍କା ବ୍ୟୟରେ ସହର ଉପକଣ୍ଠ କୃଷି କାର୍ଯ୍ୟାଳୟଠାରୁ କୁଶପଡ଼ା ଗ୍ରାମ ପର୍ଯ୍ୟନ୍ତ ନିର୍ମାଣ ହେବାକୁ ଥିବା ପକ୍କା ରାସ୍ତା ଏବଂ ୩ କୋଟି ୬୨ ଲକ୍ଷ ଟଙ୍କା ବ୍ୟୟରେ ଚକାତେନ୍ତୁଳି ଗ୍ରାମଠାରୁ ଧେରେଣ୍ଡି ଗ୍ରାମ ପର୍ଯ୍ୟନ୍ତ ନିର୍ମାଣ ହେବାକୁ ଥିବା ରାସ୍ତା ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ବିଧାୟକ ।

ଦିଗପହଣ୍ଡି ଏନଏସି ଅଞ୍ଚଳ ବିକାଶ କ୍ଷେତ୍ରରେ ଦୀର୍ଘଦିନ ଧରି ଅବହେଳିତ ହୋଇଆସୁଥିବା ବେଳେ ବର୍ତ୍ତମାନ ସ୍ଥାନୀୟ ଅଞ୍ଚଳବାସୀଙ୍କ ସହଯୋଗ ଏବଂ ଏନଏସି ଅଧ୍ୟକ୍ଷ ଓ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ପ୍ରଚେଷ୍ଟାରେ ସହରର ବିଭିନ୍ନ କ୍ଷେତ୍ରରେ ଉନ୍ନତିମୂଳକ କାର୍ଯ୍ୟ ଜାରି ରହିଛି ବୋଲି ବିଧାୟକ କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?