ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର)  ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ  ଜୟନ୍ତୀ ଅବସରରେ ଶୁକ୍ରବାର  ଦିଗପହଣ୍ଡି ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ପବିତ୍ର ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଥିଲା । ଗାନ୍ଧିଜୀଙ୍କ ସ୍ବଚ୍ଛ ଭାରତର ସ୍ବପ୍ନକୁ ସାକାର କରିବା  ଏବଂ ସ୍ବଚ୍ଛତାର ବାର୍ତ୍ତା ଲୋକଙ୍କ ନିକଟରେ ପହଞ୍ଚାଇବା ଓ ସହରର ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର କରିବା  ଉଦ୍ଦେଶ୍ୟରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ସ୍ଥାନୀୟ ସହର ଉପକଣ୍ଠ ଶ୍ରୀ ହନୁମାନ ଛକରୁ ଏନ୍ଏସି ପକ୍ଷରୁ ଆୟୋଜିତ ସାମୂହିକ ସାଇକେଲ ଶୋଭାଯାତ୍ରାରେ ସହର ପରିକ୍ରମା କରି ଲୋକଙ୍କୁ ସ୍ବଚ୍ଛତାର ବାଣ୍ଟିଥିଲେ।  ପ୍ରଥମେ ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ଥିବା ପୋଖରୀରେ ସାମୂହିକ ସଫେଇ କାର୍ଯ୍ୟକ୍ରମରେ ସେ ଯୋଗଦେଇ  ପୋଖରୀରେ ପଡ଼ିଥିବା ଅଳିଆ ଆବର୍ଜ୍ଜନାକୁ ସଫା କରିଥିଲେ । ପରେ ସ୍ବଚ୍ଛତା ହିଁ ସେବା ଅଭିଯାନରେ ସ୍ଥାନୀୟ ବଜାରସାହି ସ୍ଥିତ ଗାନ୍ଧୀ ଛକ ରେ ଜାତିର ଜନକ ମହାତ୍ମା ଗାନ୍ଧୀ ଏବଂ ଅନ୍ୟ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ସେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ  ସାଇକେଲ ଯୋଗେ ସହର ପରିକ୍ରମା କରିଥିଲେ । ବାୟୁ ପ୍ରଦୂଷଣକୁ ରୋକିବା ପାଇଁ ସାଇକେଲର ବହୁଳ ବ୍ଯବହାର କରିବା ପାଇଁଁ ସେ ଛାତ୍ରୀ ଛାତ୍ର ଓ ସହରବାସୀଙ୍କୁ ସଚେତନତା କରାଇଥିଲେ । ଶେଷରେ ୩ ନଂ ୱାର୍ଡ ପିଏଚଡି ଅଫିସ ନିକଟରେ ଥିବା ସ୍ମାର୍ଟ ପାର୍କ ପରିସରରେ  ବୃକ୍ଷ ଚାରା ରୋପଣ କରିବା ସହ ସହରର ସାମଗ୍ରୀକ ବିକାଶ ଏବଂ ବିବିଧ ସମସ୍ୟାର ସମାଧାନ ନେଇ ଉପସ୍ଥିତ ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ଙ୍କ ସହ ସବିଶେଷ ଆଲୋଚନା କରିଥିଲେ। ରାଜ୍ୟ ସରକାରଙ୍କ ସ୍ବଚ୍ଛତା ହିଁ ସେବା ଅଭିଯାନ କାର୍ଯ୍ୟକ୍ରମ ଆନୁକୂଲ୍ୟରେ ଦିଗପହଣ୍ଡି ଏନ୍ଏସି ପକ୍ଷରୁ  ଆସନ୍ତା ଅକ୍ଟୋବର ୧୭ ଯାଏଁ ସମୂହ ସଫେଇ କାର୍ଯ୍ୟକ୍ରମ ଜାରି ରହିବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ କହିଛନ୍ତି । ଏହି କାର୍ଯ୍ୟକ୍ରମରେ  କାଉନସିଲର ସୁଶାନ୍ତ କୁମାର ପାତ୍ର , ନୀଳମାଧବ ଗୈାଡ , ସୁନୀଲ ପଣ୍ଡା , କାଉନସିଲର ପ୍ରତିନିଧି ରଞ୍ଜିତ ବେହେରା , ଇ . ଶଙ୍କର , ରମେଶ ଜେନା ଙ୍କ ସମେତ ଏନ୍ଏସି ର ସମସ୍ତ କର୍ମଚାରୀ ଓ ସଫେଇ କର୍ମଚାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?