ବୁଢ଼ୀ ଠାକୁରାଣୀଙ୍କ ଯାତ୍ରାକୁ ନେଇ ଉତ୍ସବମୁଖର ବାସୁଦେବପୁର, ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୧୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମରେ ଚାଲିଥିବା ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ବୁଧବାର ୬ଷ୍ଠ ଦିନରେ ପହଞ୍ଚିିଛି। ୭ ବର୍ଷ ବ୍ୟବଧାନରେ ଯାତ୍ରା ହେଉଥିବାରୁ ସମଗ୍ର ଗାଁ ଉତ୍ସବ ମୁଖର ହୋଇପଡିଛି। ମା’ ଙ୍କ ଯାତ୍ରାର ୫ମ ଦିବସ ସାରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଗାଁରେ ପହଞ୍ଚିବା ପରେ ଯାତ୍ରା ପରିଚାଳନା କମିଟି ପକ୍ଷରୁ ବିଧାୟକଙ୍କୁ ସାଗତ ସମ୍ବର୍ଦ୍ଧନା କରାଯାଇ ବିରାଟ ଶୋଭାଯାତ୍ରାରେ ଅସ୍ଥାୟୀ ଯାତ୍ରା ପୀଠକୁ ପାଛୋଟି ନିଆଯାଇଥିଲା। ବିଧାୟକଙ୍କ ସହ ଭାଜପା ଗୋକର୍ଣ୍ଣପୁର ମଣ୍ଡଳ ସଭାପତି ମିଟୁ ଦୋରା, ଜିଲା ଯୁବମୋର୍ଚ୍ଚା ଉପସଭାପତି ବାପି ପ୍ରଧାନ, ଗୋକର୍ଣ୍ଣପୁର ସରପଞ୍ଚ ପ୍ରତିନିଧି ସନ୍ତୋଷ ଦୋରା, ଟୁନା ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ। ଯାତ୍ରା ପୀଠ ରେ ବିଧାୟକ ମା’ ବୁଢ଼ୀ ଠାକୁରାଣୀଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ଏହି ପରିପ୍ରେକ୍ଷୀରେ ଗ୍ରାମରେ ସୁସଜ୍ଜିତ ଆଲୋକମାଳା, ମାନସିକଧାରୀ ଙ୍କ ବେଶ ଓ ମୀନା ବଜାର ଯାତ୍ରା ଦେଖିବାକୁ ଆସୁଥିବା ଲୋକଙ୍କୁ ବେଶ ଆମୋଦିତ କରୁଥିବା ଜଣାପଡିଛି ।

ପ୍ରତ୍ୟେକ ଦିନ ମା’ ଙ୍କ ଘଟ ପରିକ୍ରମା ବେଳେ ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହେଉଛି। ଯାତ୍ରା ପୀଠରେ ପ୍ରତ୍ୟେକ ଦିନ ନାଟ, ଥିଏଟର ଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଆସୁଥିବା ବେଳେ ମଙ୍ଗଳବାର ରାତିରେ ଗ୍ରାମର କଳାକାରମାନଙ୍କ ଦ୍ବାରା ଶ୍ରେଷ୍ଠ ସାମାଜିକ ନାଟକ ‘ଏମିତି ଭୁଲ କେବେ ହେବନି’ ମଞ୍ଚସ୍ଥ ହୋଇଥିଲା। ଯାତ୍ରା ପରିଚାଳନା କମିଟି ଉପଦେଷ୍ଟା ଦିବ୍ୟସିଂହ ରେଡ୍ଡୀ, ସଭାପତି ଏମ. ନରସିଂହ,ସମ୍ପାଦକ ପି.ଗଣେଶ,କୋଷାଧ୍ୟକ୍ଷ ବାବୁ ମହାରଣା , କାର୍ଯ୍ୟକର୍ତ୍ତା ଏମ. କ୍ରିଷ୍ଣାମା , ଏମ. ପୂର୍ଣ୍ଣଚନ୍ଦ୍ର, କେ. ସାହେବ , ବି. ଅସନ୍ତୁଲୁ , ସ୍ଥାନୀୟ ସରପଞ୍ଚ ଏମ.ଶ୍ୟାମଘନ, ସରପଞ୍ଚ ପ୍ରତିନିଧି ଏମ. ସନ୍ତୋଷ , କେ. ରାମକୃଷ୍ଣ ପାତ୍ରଙ୍କ ସମେତ ଯାତ୍ରା ପରିଚାଳନା କମିଟି ସଦସ୍ୟ ବୃନ୍ଦ ଏବଂ ଗ୍ରାମବାସୀ ଯାତ୍ରା ପରିଚାଳନାରେ ସହଯୋଗ କରି ଆସୁଛନ୍ତି। ଯାତ୍ରା ମହୋତ୍ସବ ୧୯ ତାରିଖ ଭୋର ରେ ଉଦଯାପିତ ହେବ ବୋଲି ଯାତ୍ରା କମିଟି ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri