ବୁଢ଼ୀ ଠାକୁରାଣୀଙ୍କ ଯାତ୍ରାକୁ ନେଇ ଉତ୍ସବମୁଖର ବାସୁଦେବପୁର, ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୧୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମରେ ଚାଲିଥିବା ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ବୁଧବାର ୬ଷ୍ଠ ଦିନରେ ପହଞ୍ଚିିଛି। ୭ ବର୍ଷ ବ୍ୟବଧାନରେ ଯାତ୍ରା ହେଉଥିବାରୁ ସମଗ୍ର ଗାଁ ଉତ୍ସବ ମୁଖର ହୋଇପଡିଛି। ମା’ ଙ୍କ ଯାତ୍ରାର ୫ମ ଦିବସ ସାରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଗାଁରେ ପହଞ୍ଚିବା ପରେ ଯାତ୍ରା ପରିଚାଳନା କମିଟି ପକ୍ଷରୁ ବିଧାୟକଙ୍କୁ ସାଗତ ସମ୍ବର୍ଦ୍ଧନା କରାଯାଇ ବିରାଟ ଶୋଭାଯାତ୍ରାରେ ଅସ୍ଥାୟୀ ଯାତ୍ରା ପୀଠକୁ ପାଛୋଟି ନିଆଯାଇଥିଲା। ବିଧାୟକଙ୍କ ସହ ଭାଜପା ଗୋକର୍ଣ୍ଣପୁର ମଣ୍ଡଳ ସଭାପତି ମିଟୁ ଦୋରା, ଜିଲା ଯୁବମୋର୍ଚ୍ଚା ଉପସଭାପତି ବାପି ପ୍ରଧାନ, ଗୋକର୍ଣ୍ଣପୁର ସରପଞ୍ଚ ପ୍ରତିନିଧି ସନ୍ତୋଷ ଦୋରା, ଟୁନା ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ। ଯାତ୍ରା ପୀଠ ରେ ବିଧାୟକ ମା’ ବୁଢ଼ୀ ଠାକୁରାଣୀଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ଏହି ପରିପ୍ରେକ୍ଷୀରେ ଗ୍ରାମରେ ସୁସଜ୍ଜିତ ଆଲୋକମାଳା, ମାନସିକଧାରୀ ଙ୍କ ବେଶ ଓ ମୀନା ବଜାର ଯାତ୍ରା ଦେଖିବାକୁ ଆସୁଥିବା ଲୋକଙ୍କୁ ବେଶ ଆମୋଦିତ କରୁଥିବା ଜଣାପଡିଛି ।

ପ୍ରତ୍ୟେକ ଦିନ ମା’ ଙ୍କ ଘଟ ପରିକ୍ରମା ବେଳେ ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହେଉଛି। ଯାତ୍ରା ପୀଠରେ ପ୍ରତ୍ୟେକ ଦିନ ନାଟ, ଥିଏଟର ଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଆସୁଥିବା ବେଳେ ମଙ୍ଗଳବାର ରାତିରେ ଗ୍ରାମର କଳାକାରମାନଙ୍କ ଦ୍ବାରା ଶ୍ରେଷ୍ଠ ସାମାଜିକ ନାଟକ ‘ଏମିତି ଭୁଲ କେବେ ହେବନି’ ମଞ୍ଚସ୍ଥ ହୋଇଥିଲା। ଯାତ୍ରା ପରିଚାଳନା କମିଟି ଉପଦେଷ୍ଟା ଦିବ୍ୟସିଂହ ରେଡ୍ଡୀ, ସଭାପତି ଏମ. ନରସିଂହ,ସମ୍ପାଦକ ପି.ଗଣେଶ,କୋଷାଧ୍ୟକ୍ଷ ବାବୁ ମହାରଣା , କାର୍ଯ୍ୟକର୍ତ୍ତା ଏମ. କ୍ରିଷ୍ଣାମା , ଏମ. ପୂର୍ଣ୍ଣଚନ୍ଦ୍ର, କେ. ସାହେବ , ବି. ଅସନ୍ତୁଲୁ , ସ୍ଥାନୀୟ ସରପଞ୍ଚ ଏମ.ଶ୍ୟାମଘନ, ସରପଞ୍ଚ ପ୍ରତିନିଧି ଏମ. ସନ୍ତୋଷ , କେ. ରାମକୃଷ୍ଣ ପାତ୍ରଙ୍କ ସମେତ ଯାତ୍ରା ପରିଚାଳନା କମିଟି ସଦସ୍ୟ ବୃନ୍ଦ ଏବଂ ଗ୍ରାମବାସୀ ଯାତ୍ରା ପରିଚାଳନାରେ ସହଯୋଗ କରି ଆସୁଛନ୍ତି। ଯାତ୍ରା ମହୋତ୍ସବ ୧୯ ତାରିଖ ଭୋର ରେ ଉଦଯାପିତ ହେବ ବୋଲି ଯାତ୍ରା କମିଟି ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

୭ରୁ ଓଡ଼ିଶା-ଜାପାନ ପର୍ବ: ଜାଣନ୍ତୁ ଏହାର ଉଦେଶ୍ୟ

ପୁରୀ,୬ା୨(ଅଜିତ୍‌ କୁମାର ମହାନ୍ତି): ଚଳିତ ମାସ ୭ ଏବଂ ୮ ତାରିଖ ସନ୍ଧ୍ୟାରେ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍‌ ସେଣ୍ଟର ପକ୍ଷରୁ ସ୍ଥାନୀୟ ତାଳବଣିଆ ପଡ଼ିଆରେ ଓଡ଼ିଶା-ଜାପାନ ପର୍ବ ଆୟୋଜନ…

ଭାଙ୍ଗିଗଲାଣି ଶ୍ରେଣୀଗୃହ, ଗଛତଳେ ପଢୁଛନ୍ତି ପିଲା

କେସିଙ୍ଗା/ନର୍ଲା,୬ା୨(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳରେ ଅସ୍ଥାପତି ବିଦ୍ୟାଳୟକୁ ଶିକ୍ଷା ବିଭାଗ ସମେତ ନେତା ବିଧାୟକଙ୍କ ଦୃଷ୍ଟି ଗୋଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri