ଧାରଣାରେ ବସିଲେ ବିଧାୟକ

ନୀଳଗିରି, ୫।୨(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଦେଇଯାଇଥିବା ସେରଗଡ଼-ନୀଳଗିରି-ଝରଣାଘାଟି ୧୯ନଂ. ରାଜ୍ୟ ରାଜପଥ ଖାଲଖମାପୂର୍ଣ୍ଣ ହୋଇଥିବାରୁ ଯାତାୟାତ କରିବା ବିପଦପୂର୍ଣ୍ଣ ହୋଇପଡ଼ିଛି ା ଉକ୍ତ ରାସ୍ତାର ପ୍ରଶସ୍ତୀକରଣ ପାଇଁ ୮୦କୋଟି ଟଙ୍କା ଅର୍ଥ ମଞ୍ଜୁର କରାଯାଇଥିବା ବେଳେ ବାଲେଶ୍ୱର ପୂର୍ତ୍ତ ବଭାଗ ୧ ପକ୍ଷରୁ ଉକ୍ତ କାର୍ଯ୍ୟକୁ ସମାପନ କରିବା ପାଇଁ ଦାୟିତ୍ୱ ଦିଆଯାଇଛି ା ହେଲେ ଆଜକୁ ୧ବର୍ଷ ଧରି ସଂପୃକ୍ତ ଠିକାଦାର ସଂସ୍ଥା ରାଜ୍ୟ ରାଜପଥ କାର୍ଯ୍ୟକୁ ଅତି ମନ୍ଥର ଗତିରେ କରୁଥିବା ବେଳେ ଠିକାଦାର ପୁରୁଣା ରାସ୍ତାର ମରାମତିର ନାଁ ଧରୁନାହାନ୍ତି। ଦୈନିକ ଉକ୍ତ ରାସ୍ତାରେ ଶହ ଶହ ପଥଚାରୀ, ସ୍କୁଲ ବସ, ଭାରିଯାନ ନିର୍ଭର କରୁଥିବା ବେଳେ ରାସ୍ତା ମରଣଯନ୍ତା ପାଲଟିଛି ା ଲୋକଙ୍କ ସମସ୍ୟାର ସମାଧାନ ପାଇଁ ସ୍ଥାନୀୟ ବିଧାୟକ ଅସୁସ୍ଥ ଥାଇ ବି ନୀଳଗିରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ଧାରଣାରେ ବସିଥିଲେ ା ପ୍ରଶାସନ ପକ୍ଷରୁ ନୀଳଗିରି ଉପଜିଲାପାଳ ମନ୍ଦରଧର ମହାଳିକ, ବାଲେଶ୍ୱର ପୂର୍ତ୍ତ ବିଭାଗ ମୁଖ୍ୟ ନିର୍ମାଣଯନ୍ତ୍ରୀ ରଧାଙ୍ଗଧର ରାଉତ, ଅଧୀକ୍ଷଣ ଯନ୍ତ୍ରୀ ରାମଚନ୍ଦ୍ର ସେଠୀ, ଅତିରିକ୍ତ ତହସିଲଦାର ପ୍ରଦୀପ କୁମାର ଦାସ, ବାଲେଶ୍ୱର ଏସସିଏଫଓ ଶୋଭନ ଦିଗନ୍ତ ଚାନ୍ଦ, କୁଲଡିହା ରେଞ୍ଜର ଅନନ୍ତ କୁମାର ଜେନା, ନୀଳଗିରି ପୂର୍ତ୍ତ ବିଭାଗ ନିର୍ବାହୀଯନ୍ତ୍ରୀ ରଜନୀକାନ୍ତ ମୁନା ଓ କନିଷ୍ଠଯନ୍ତ୍ରୀ ପ୍ରମୁଖଙ୍କ ଉପସ୍ଥିତିରେ ରାଜ୍ୟ ରାଜପଥ କାର୍ଯ୍ୟର ମନ୍ଥରତା ଓ ୮ଟି ଦାବି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇ ତୁରନ୍ତ କାର୍ଯ୍ୟ ହେବା ପାଇଁ ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri