ପିଲାଙ୍କୁ ପଢ଼ାଇଲେ ବିଧାୟକ ସୂର୍ଯ୍ୟବଂଶୀ 

ଧାମନଗର,୧୫।୧୨(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗରର ଯୁବ ବିଧାୟକ ସୂର୍ଯ୍ୟବଂଶୀ ସୂରଜ ହଠାତ୍‌ ଏକ ବିଦ୍ୟାଳୟକୁ ପଶିଯିବା ଏବଂ ସେଠାରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ସହ ସେମାନଙ୍କ ସମସ୍ୟା ବୁଝିବା ଓ ସମାଧାନର ପ୍ରତିଶ୍ରୁତି ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି।
ବିଧାୟକ ଅସୁରାଳି ଅଞ୍ଚଳକୁ କୌଣସି କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବା ବେଳେ ହଠାତ୍‌ ସରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ଯାଇଥିଲେ। କୌଣସି ସୂଚନା ନ ଥିଲାବେଳେ ବିଧାୟକ ସ୍କୁଲ ଆସିବା ଦେଖି କାର୍ଯ୍ୟରତ ଶିକ୍ଷକ ଏବଂ ଛାତ୍ରୀଛାତ୍ର ଆଶ୍ଚର୍ଯ୍ୟ ହୋଇଯାଇଥିଲେ।
ବିଧାୟକ ବିଦ୍ୟାଳୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀର ପିଲାମାନଙ୍କୁ ଇଂଲିଶ, ଗଣିତ ଏବଂ ସାହିତ୍ୟ ବିଷୟରେ ପ୍ରଶ୍ନ ପଚାରିବା ସହ କିଛି ସମୟ ପାଠ ପଢ଼ାଇଥିଲେ। ଏଥିସହ ସେମାନଙ୍କ ରୁଚି ଓ ସ୍କୁଲର ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ଛାତ୍ରୀଛାତ୍ର ବିଧାୟକଙ୍କୁ ପାଖରେ ପାଇ କଥା ହୋଇ ଖୁସି ହୋଇଥିଲେ।
ସ୍କୁଲ ଶ୍ରେଣୀଗୃହ ସମସ୍ୟା ଏବଂ ଶିକ୍ଷକ ନିଯୁକ୍ତି ବିଷୟରେ ପ୍ରଧାନଶିକ୍ଷକ ଅକ୍ଷୟ ମହାନ୍ତିଙ୍କଠାରୁ ଅବଗତ ହୋଇ ବିଧାୟକ ଏହାର ସମାଧାନ ପାଇଁ ଚେଷ୍ଟା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପିଲାମାନଙ୍କୁ ଚକୋଲେଟ ବାଣ୍ଟିବା ସହ ନଷ୍ଟ ହୋଇଯାଇଥିବା କିଛି ପାଠ ଉପକରଣ କିଣିବାକୁ ମଧ୍ୟ ଅର୍ଥ ପ୍ରଦାନ କରିଥିଲେ। ତେବେ ବିଧାୟକ ନିଜ ଅଞ୍ଚଳର ଶିକ୍ଷାନୁଷ୍ଠାନ ପରିଦର୍ଶନ କରି ପିଲାମାନଙ୍କ ପାଠପଢ଼ା ବୁଝିବା ନେଇ ବିଭିନ୍ନ ମହଲରେ ଆଲୋଚନାର ବିଷୟ ହୋଇଥିବା ବେଳେ ବିଧାୟକ ହେବ ତ ଏମିତି ବୋଲି ଗାଁ ଗହଳି ବଜାରରେ ବେଶ୍‌ ଚର୍ଚ୍ଚା ହେଉଛି।

Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri