ମାନିନୀଙ୍କ ଚିକିତ୍ସା କରାଇଲେ ବିଧାୟକ

ଉମରକୋଟ, ୧୯।୧୧(ସ୍ବ.ପ୍ର.): ଉମରକୋଟ ସହରର ୧୧ନମ୍ବର ୱାର୍ଡର ଗଣ୍ଡସାହିର ରାମଧର ହରିଜନ ଆର୍ଥିକ ଅସ୍ବଚ୍ଛଳତା କାରଣରୁ ଅଜଣା ରୋଗରେ ପୀଡ଼ିତ ଝିଅ ମାନିନୀ (୩)ଙ୍କର ଚିକିତ୍ସା କରାଇ ପାରୁ ନ ଥିଲେ। ଏହା ଜାଣି ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ମାନିନୀଙ୍କ ଚିକିତ୍ସା ପାଇଁ ରାମଧରଙ୍କୁ ଅର୍ଥରାଶି ଦେଇଛନ୍ତି। ଏଥିସହ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ଶରତ ଚନ୍ଦ୍ର ସେଠୀଙ୍କ ସହ ଯୋଗାଯୋଗ କରି ମାନିନୀଙ୍କୁ ନବରଙ୍ଗପୁର ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଇଛନ୍ତି। ସେଠାରେ ଏବେ ମାନିନୀଙ୍କ ଚିକିତ୍ସା ଆରମ୍ଭ ହୋଇଛି।
ରାମଧର ଏବଂ ସ୍ତ୍ରୀ ନିଲା ହରିଜନଙ୍କ ସାନଝିଅ ମାନିନୀ। ରାମଧର ଦିନମଜୁରିଆ ଭାବେ କାମ କରି ୫ ପ୍ରାଣୀ କୁଟୁମ୍ବ ଚଳାନ୍ତି। ଏହା ମଧ୍ୟରେ ମାନିନୀଙ୍କର ୩ମାସ ତଳେ ଆଖି ଓ ଧୀରେ ଧୀରେ ପେଟ ମଧ୍ୟ ଫୁଲିବାରେ ଲାଗିଲା। ଯନ୍ତ୍ରଣାରେ ଛଟପଟ ହେଉଥିବା ମାନିନୀଙ୍କୁ ରାମଧର ପ୍ରଥମେ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ନବରଙ୍ଗପୁରର ଏକ ଡାକ୍ତରଖାନାରେ ଦେଖାଇଥିଲେ। ଚିକିତ୍ସା ପରେ କିଛି ଦିନ ସୁସ୍ଥ ଥିଲେ ମାନିନୀ। ୧୦ ଦିନରେ ପୁଣି ଥରେ ତାଙ୍କ ପେଟ ଫୁଲିବାରେ ଲାଗିଲା। ଆର୍ଥିକ ଅସ୍ବଚ୍ଛଳତା କାରଣରୁ ରାମଧର ତାଙ୍କୁ ଆଉ ଡାକ୍ତରଖାନାରେ ଭର୍ତ୍ତି କରିପାରି ନ ଥିଲେ। ସ୍ବାସ୍ଥ୍ୟବୀମା କାର୍ଡ ଥରେ ବ୍ୟବହାରକରି ସାରିଥିବାରୁ ଆଉ ଥରେ ସମ୍ଭବ ନୁହେଁ କହି ରାମଧରଙ୍କୁ ଡାକ୍ତରଖାନା କର୍ତ୍ତୃପକ୍ଷ ଫେରାଇ ଦେଇଥିଲେ। ଏହି ଖବର ପାଇ ଉମରକୋଟ ବିଧାୟକ ରାମଧରଙ୍କୁ ସହାୟତାର ହାତ ବଢ଼ାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri