ବାତ୍ୟା ଆଶ୍ରୟସ୍ଥଳ ବୁଲି ଦେଖିଲେ ବିଧାୟକ

ଛତ୍ରପୁର,୨୭ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ସୋମବାର ଆର୍ଯ୍ୟପଲ୍ଲୀ ଓ ଅଗସ୍ତି ନୂଆଗାଁ ପଞ୍ଚାୟତରେ ଥିବା ବାତ୍ୟା ଆଶ୍ରୟସ୍ଥଳଗୁଡିକ ବୁଲି ଦେଖିଛନ୍ତି। ଏଥିସହ ସମୁଦ୍ରକୂଳକୁ ଯାଇ ମତ୍ସ୍ୟଜୀବୀମାନଙ୍କୁ ସଚେତନ କରାଇଛନ୍ତି । ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକରେ ଆବଶ୍ୟକ ସରଞ୍ଜାମ ଏବଂ ଖାଦ୍ୟ ରଖିଛି କି ନାହିଁ ତାହାର ଅନୁଧ୍ୟାନ କରିବା ସହ ଲୋକଙ୍କୁ କିପରି ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ସେ ନେଇ ଉପସ୍ଥିତ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ସରକାରୀ ଡାକ୍ତରଖାନାରେ ବିଭିନ୍ନ ପ୍ରକାର ଔଷଧ, ସାପକାମୁଡା ଇଞ୍ଜେକ୍ସନ, ଓଆରଏସ ରଖିବା ସହ ଗୋଖାଦ୍ୟ ମହଜୁଦ ରଖିବାକୁ ବିଧାୟକ ପରାମର୍ଶ ଦେଇଥିଲେ। ଆସନ୍ନ ପ୍ରସବ ମହିଳାମାନଙ୍କୁ ଜରୁରିକାଳୀନ ଭିତ୍ତିରେ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକୁ ନେବା ପାଇଁ କୁହାଯାଇଛି। ବାତ୍ୟା ସମୟରେ ସମସ୍ତ ପ୍ରକାର ସୁବିଧା ଜନସାଧାରଣଙ୍କୁ ଯୋଗାଇଦେବା ପାଇଁ ବିଧାୟକ ପ୍ରଶାସନକୁ କହିଥିଲେ। ଛତ୍ରପୁର ବିଡ଼ିଓ ସମ୍ବିତ ସଂଗ୍ରାଜିତ ସାହୁଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?