ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍ ରୋଗରେ ପୀଡ଼ିତ ଥିବା ଖବର ପାଇ ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ତାଙ୍କ ପରିବାରକୁ ଭେଟିଛନ୍ତି।
ବିଧାୟକ ନାୟକ ପାର୍ବତୀଙ୍କ ସ୍ୱାସ୍ଥ୍ୟାବସ୍ଥା ଓ ପରିବାରର ଆର୍ଥିକ ସ୍ଥିତି ସମ୍ପର୍କରେ ପଚାରି ବୁଝିବା ସହ ଆବଶ୍ୟକ ଚିକିତ୍ସା ଓ ଅନ୍ୟାନ୍ୟ ସହାୟତା ସମ୍ପର୍କରେ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିଥିଲେ। ପରେ ସେ ନିଜସ୍ୱ ହାତପାଣ୍ଠିରୁ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।
ଅସୁବିଧା ସମୟରେ ପୀଡ଼ିତ ପରିବାର ପାଖରେ ଠିଆ ହୋଇ ସହଯୋଗର ହାତ ବଢ଼ାଇଥିବାରୁ ବିଧାୟକଙ୍କୁ ପରିବାରବର୍ଗ କୃତଜ୍ଞତା ଜଣାଇଥିଲେ।