ମା’ ନିଜ ବାଙ୍କେଶ୍ୱରୀଙ୍କ ପୀଠରେ ଦିଗପହଣ୍ଡି ପୂଜାକଲେ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୯।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମଙ୍ଗଳବାର ଦିଗପହଣ୍ଡି ବ୍ଲକ ବି. ତୁରୁବୁଡି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରେ ଥିବା ଅଧିଷ୍ଠାତ୍ରୀ ଦେବୀ ମା’ ନିଜ ବାଙ୍କେଶ୍ୱରୀ ପୀଠରେ ପୂଜାର୍ଚ୍ଚନା କରିଛନ୍ତି। ମା’ଙ୍କ ପୀଠକୁ ଏକ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପ୍ରଦାନ କରାଯିବା, ଗମନାଗମନର ସୁବିଧା ନିମନ୍ତେ ରାସ୍ତା ପ୍ରଶସ୍ତିକରଣ ସହ ପୀଠରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ସକାଶେ ସେ ମନ୍ଦିର ପରିଚାଳନା କମିଟି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। କାର୍ଯ୍ୟକର୍ତ୍ତା ବୃନ୍ଦଙ୍କ ଅନୁରୋଧକ୍ରମେ ସେ ବିଧାୟକ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ପ୍ରଦାନ ନିମନ୍ତେ ଘୋଷଣା କରିଥିଲେ। ଦିଗପହଣ୍ଡି ବ୍ଲକ କମଳାପୁରସ୍ଥିତ ପ୍ରସିଦ୍ଧ କାଶୀ ବିଶ୍ୱନାଥ ଶୈବପୀଠର ରୋଷେଇ ଗୃହ ନିର୍ମାଣ ପାଇଁ ସେ ୫ ଲକ୍ଷ ଟଙ୍କାର ଅନୁଦାନ ମଞ୍ଜୁର କରିଥିବା ଜଣାପଡିଛି। ବିଧାୟକଙ୍କ ଗସ୍ତ ସମୟରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ପୂର୍ବତନ ସରପଞ୍ଚ କେ . ହରିବନ୍ଧୁ ରେଡ୍ଡି, ପୂର୍ବତନ ସମବାୟ ସଂଘ ଜିଲା ସଭାପତି ସନାତନ ସଂଗ୍ରାମ ସିଂଙ୍କ ସମେତ ବହୁ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri