Posted inଖେଳ

ମ୍ୟାଚ୍‌ ଚାଲିଥିବା ବେଳେ ଟଳି ପଡ଼ିଲେ କୋଚ୍‌

ଲକାନି, ୪ା୧୧- ମ୍ଲାଡଷ୍ଟ ଲୁକାନି ଓ ଏଫ୍‌କେ ରଡନିକି -୧୯୨୩ ମଧ୍ୟରେ ଖେଳାଯାଇଥିବା ସର୍ବିଆନ ସୁପରଲିଗ୍‌ ମ୍ୟାଚ୍‌ରେ ଏକ ଦୁଃଖଦ ଘଟଣା ଘଟିଛି। ମ୍ୟାଚ୍‌ ବେଳେ ରଡନିକି କ୍ଳବର ମୁଖ୍ୟ କୋଚ୍‌ ମ୍ଲାଦେନ ଜିଜୋଭିକ୍‌ଙ୍କର ମୃତ୍ୟୁ ଘଟିଛି। ତାଙ୍କୁ ୪୪ ବର୍ଷ ହୋଇଥିଲା। ମ୍ୟାଚ୍‌ର ପ୍ରଥମାର୍ଦ୍ଧର ୨୨ତମ ମିନିଟ୍‌ରେ ଜିଜୋଭିକ୍‌ ଚେତାଶୂନ୍ୟ ହୋଇ ପଡ଼ିଯାଇଥିଲେ। ଏଥିଯୋଗୁ ତାଙ୍କୁ ଫିଲ୍ଡିରେ ମେଡିକାଲ ସହାୟତା ପ୍ରଦାନ କରାଯିବା ପରେ ସ୍ଥାନୀୟ ହସ୍ପିଟାଲ ନିଆଯାଇଥିଲା। ଏହାପରେ ମ୍ୟାଚ୍‌କୁ ପୁନଃ ଆରମ୍ଭ କରାଯାଇଥିଲା। ହେଲେ ପ୍ରାୟ ୨୦ ମିନିଟ୍‌ ପରେ ଜିଭୋଭିକ୍‌ଙ୍କ ମୃତ୍ୟୁ ଖବର ପହଞ୍ଚିବା ପରେ ମ୍ୟାଚ୍‌କୁ ବାତିଲ କରି ଦିଆଯାଇଥିଲା। ତେବେ ହୃଦ୍‌ଘାତ କାରଣରୁ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଥିଲା। ଏହି ଦୁଃଖଦ ଖବର ଶୁଣିବା ପରେ ଟେଲିଭିଜନ ଫୁଟେଜରେ କିଛି ଖେଳାଳିମାନେ ଗ୍ରାଉଣ୍ଡରେ ଆଣ୍ଠେଇ କାନ୍ଦୁ ଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ପରେ ଏ ସମ୍ପର୍କରେ ରଡନିକି ୧୯୨୩ କ୍ଲବ ପକ୍ଷରୁ ବିବୃତି ଜାରି କରାଯାଇଥିଲା।

ଗଭୀର ଦୁଃଖ ସହ ଆମେ ସଭିଙ୍କୁ ଜଣାଇବାକୁ ଚାହୁଁଛୁ ଯେ, ଲୁକାନିଠାରେ ମ୍ଲାଡଷ୍ଟ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ ବେଳେ ଆମର ମୁଖ୍ୟ କୋଚ୍‌ ମ୍ଲାଡେନ ଜିଜୋଭିକଙ୍କର ପରଲୋକ ଘଟିଛି। ଆମ କ୍ଲବ ଜଣେ ମହାନ ସ୍ପେଶାଲିଷ୍ଟଙ୍କୁ ନୁହେଁ, ବରଂ ଜଣେ ଭଲ ବ୍ୟକ୍ତି ଓ ଜଣେ ବନ୍ଧୁଙ୍କୁ ହରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?