ବିଧାୟକଙ୍କ ବଡ଼ ଘୋଷଣା: ଝାଡେଶ୍ୱର ପୀଠରେ ୪୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହେବ…

ଗଞ୍ଜାମ,୨୧।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ହୁମା ପଞ୍ଚାୟତ ବୋରିଗାଁ ନିକଟସ୍ଥ ପାହାଡ଼ର ପାଦ ଦେଶରେ ପ୍ରସିଦ୍ଧ ବାବା ଶୈବ ପୀଠ ଅବସ୍ଥିତ । ଉକ୍ତ ଝାଡେଶ୍ୱର ପୀଠରେ ଆଗାମୀ ଦିନରେ ବିଶ୍ୱଶାନ୍ତି ମହାଯଜ୍ଞ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମଲାଡ ଓ ହୁମ୍ମା ପଞ୍ଚାୟତର ୮ଟି ଗ୍ରାମକୁ ନେଇ ୧୫ ଦିନ ଧରି ଏହି ମହାଯଜ୍ଞ ଅନୁଷ୍ଠିତ ହେବ। ଏହି ଅବସରରେ ବିଭିନ୍ନ ଗ୍ରାମ୍ୟ କମିଟି ସହ ଆଲୋଚନା କରାଯାଇ ଆୟୋଜନର ରୂପରେଖ ପ୍ରସ୍ତୁତ କରାଯାଇଛି। ଏଥିସହ ଝାଡେଶ୍ୱର ପୀଠରେ ୪୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ । ଗୁରୁବାର ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଶିଳାନ୍ୟାସ କରିଛନ୍ତି । ତତ୍‌ ସଙ୍ଗେ ସଙ୍ଗେ ଛତ୍ରପୁର ବିଧାୟକ ନାୟକ ଏହାର ନିର୍ମାଣ କାର୍ଯ୍ୟ ଶୀଘ୍ର ସମ୍ପନ୍ନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରାମବାସୀ ଓ ଜନପ୍ରତିନିଧିମାନେ ଝାଡେଶ୍ୱର ପୀଠକୁ ପର୍ଯ୍ୟଟନସ୍ଥଳୀ ଭାବେ ମାନ୍ୟତା ଦେବା ପାଇଁ ବିଧାୟକଙ୍କୁ ଅନୁରୋଧ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଡ଼ିଓ ଅଚ୍ୟୁତାନନ୍ଦ ଜାନି, ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ବନୋଜ ନାହାକ, ଗଞ୍ଜାମ ବ୍ଲକ ପ୍ରତିନିଧି ମାନସ ନାହାକ, ମନ୍ଦିର ସଭାପତି କବିରାଜ ସ୍ବାଇଁ, ହୁମ୍ମା ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ, ଜୟ ପ୍ରଧାନ, କୃଷ୍ଣ ଚନ୍ଦ୍ର ପଲାଇ ଏବଂ ଯୁବ ନେତା ଲିଙ୍ଗରାଜ ମହାପାତ୍ର ଉପସ୍ଥିତ ଥିଲେ ଓ ସଂଯୋଜନାରେ ସହଯୋଗ କରିଥିଲେ। ଏହି ମହାଯଜ୍ଞ ଓ କଲ୍ୟାଣ ମଣ୍ଡପ ନିର୍ମାଣ ଝାଡେଶ୍ୱର ପୀଠର ଆଧ୍ୟାତ୍ମିକ ଓ ସାଂସ୍କୃତିକ ମହତ୍ତ୍ୱକୁ ଆହୁରି ବୃଦ୍ଧି କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri