ବିଧାୟକଙ୍କ ବଡ଼ ପଦକ୍ଷେପ: ଖୁସିରେ ଅଭିଭାବକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଆସନ୍ତା ୨୦୨୬-୨୦୨୭ ଶିକ୍ଷାବର୍ଷରୁ ଯୁକ୍ତ ୨ ଖୋଲିବା ପ୍ରକ୍ରିୟା ଜୋରସୋରରେ ଆରମ୍ଭ ହୋଇଛି। ତେଣୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଗୁରୁବାର ଅଚାନକ କେନ୍ଦ୍ରୀୟ ବିଦ୍ୟାଳୟରେ ପହଞ୍ଚି ବିଦ୍ୟାଳୟର ଭିତ୍ତିଭୂମି ବୁଲି ଦେଖିଥିଲେ। ଏଥିସହ ଆସନ୍ତା ଶିକ୍ଷାବର୍ଷରୁ ଏଠାରେ କିଭଳି ଯୁକ୍ତ ୨ ଖୋଲିବ ସେଥିପାଇଁ କଲେଜ ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ଅଧକ୍ଷ ଯୁକ୍ତ ୨ ଖୋଲିବାକୁ ହେଲେ ଆଉ କିଛି ଶ୍ରେଣୀ ଗୃହ ଆବଶ୍ୟକ ସମ୍ପର୍କରେ ବିଧାୟକଙ୍କୁ ଅବଗତ କରାଇଥିଲେ।
କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ ଗୃହ ନ ଥିବା ଯୋଗୁ କେଏସୟୁବି କଲେଜର ପୁରାତନ ଚକରା ବିଷୋୟୀ ଛାତ୍ରାବାସରେ କେନ୍ଦ୍ରୀୟ ବିଦ୍ୟାଳୟ ଚାଲିଛି। ତେଣୁ କେନ୍ଦ୍ରୀୟ ବିଦ୍ୟାଳୟକୁ ଲାଗି ଥିବା ଛାତ୍ରାବାସର ଆଉ କିଛି ଅବ୍ୟବହୃତ ରୁମ ଦେବା ପାଇଁ ଅଧ୍ୟକ୍ଷ ଅନୁରୋଧ କରିଥିଲେ। ବିଧାୟକ ନାୟକ କିଭଳି ତୁରନ୍ତ ଆବଶ୍ୟକ ରୁମ କେନ୍ଦ୍ରୀୟ ବିଦ୍ୟାଳୟକୁ ଯୋଗାଇ ଦିଆଯିବ ସେନେଇ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।
ସୂଚନାଯୋଗ୍ୟ ଯେ, ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ଛାତ୍ରାବାସରେ ଆଜିକୁ ୧୫ ବର୍ଷ ପୂର୍ବେ ଖୋଲିଥିଲା। ଏହାପରେ ବିଦ୍ୟାଳୟର ସ୍ଥାୟୀ କୋଠା ପାଇଁ ବାରମ୍ବାର ଚେଷ୍ଟା ହୋଇଛି। କିନ୍ତୁ ତାହା ସଫଳ ହୋଇ ପାରିନାହିଁ। ୩ ବର୍ଷ ପୂର୍ବେ ସ୍ଥାୟୀ କୋଠା ପାଇଁ ସ୍ଥାନୀୟ ଶିଳ୍ପ ତାଲିମ କେନ୍ଦ୍ର ସମ୍ମୁଖରେ ୯ ଏକର ଜମି ସରକାର ଦେଇଛନ୍ତି। ତଥାପି କୋଠା କାମ ଆରମ୍ଭ ହୋଇପାରୁନାହିଁ। ତେଣୁ ବିଧାୟକ କେନ୍ଦ୍ର ଉଚ୍ଚ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ସ୍ଥାୟୀ କୋଠା କାମ କିଭଳି ତୁରନ୍ତ ଆରମ୍ଭ ସେଥିପାଇଁ ଅନୁରୋଧ କରିଛନ୍ତି। ଇତିମଧ୍ୟରେ ସ୍ଥାୟୀ କୋଠା ପାଇଁ ୩୫ କୋଟି ଟଙ୍କା ଅନୁମୋଦନ ହୋଇଛି। ଟେଣ୍ଡର ହେଲେ କାମ ଆରମ୍ଭ ହେବ ।
ଚଳିତ ଶିକ୍ଷାବର୍ଷରୁ ହିଁ ସ୍ଥାୟୀ କୋଠା କାମ ଆରମ୍ଭ କରିବା ଲକ୍ଷ୍ୟ ରଖାଯାଇଛି। ବିଧାୟକଙ୍କ ଗସ୍ତ ସମୟରେ ଭଞ୍ଜନଗର ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବ୍ଲକ ଏମପି ପ୍ରତିନିଧି ରବିନ୍ଦ୍ର କୁମାର ଗୌଡ, ବିଦ୍ୟାଳୟ ଅଧକ୍ଷ ପ୍ରଦୀପ କମାନୁ, ବରିଷ୍ଠ ଶିକ୍ଷକ ସତ୍ୟବାନ ସାହୁ, ଜ୍ୟୋତି ପ୍ରକାଶ ସାହୁ, ଶିକ୍ଷୟତ୍ରୀ ଶ୍ରଦ୍ଧାଞ୍ଜଳି ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ଥିଲେ।
କେନ୍ଦ୍ରୀୟ ବିଦ୍ୟାଳୟରେ ଯୁକ୍ତ ୨ ବହୁବର୍ଷ ହେବ ଖୋଲି ନ ଥିବା ଯୋଗୁ ମାଟ୍ରିକ ପାସ ପରେ ଛାତ୍ରୀଛାତ୍ରମାନେ ଉଚ୍ଚତର ଶିକ୍ଷା ପାଇଁ ବାହାରକୁ ଯାଉଛନ୍ତି। ଫଳରେ ଅଭିଭାବକ ଏବଂ ଛାତ୍ରୀଛାତ୍ରମାନେ ଏନେଇ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ବିଧାୟକଙ୍କ ପ୍ରଚେଷ୍ଟାରେ ଯୁକ୍ତ ୨ ଖୋଲିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଯାହାକୁ ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ଖୁସି ବ୍ୟକ୍ତ କରିଛନ୍ତି। ଏଥିସହ ଉପଜିଲାପାଳ ତଥା କେନ୍ଦ୍ରୀୟ ବିଦ୍ୟାଳୟ ଚେୟାରମ୍ୟାନ ଉମା ଶଙ୍କର ବେହେରା, ବିଦ୍ୟାଳୟ ଅଧକ୍ଷ ପ୍ରଦୀପ କମାନୁ ବିଦ୍ୟାଳୟର ଉନ୍ନତି ପାଇଁ ମଧ୍ୟ ଅନେକ ପଦକ୍ଷେପ ନେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri