ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା କରି ଭାଜପା ସମର୍ଥିତ ପ୍ରାର୍ଥୀ ଦିଲୀପ ରାୟଙ୍କୁ ସମର୍ଥନ କରିଥିଲେ। ଫଳରେ ରାଜ୍ୟ ରାଜନୀତି ସହ ଗଜପତି ଜିଲା ରାଜନୀତି ସରଗରମ ହୋଇଥିଲା। ଏପରିକି ଜିଲାରେ ଗୋଟିଏ ବିଧାୟକ ବିରୋଧୀ ଗୋଷ୍ଠୀ ଓ ସମର୍ଥିତ ଗୋଷ୍ଠୀ ବାହାରିଥିଲେ। ବିରୋଧୀ ଗୋଷ୍ଠୀ ବିଧାୟକଙ୍କୁ ବିରୋଧ ପ୍ରଦର୍ଶନ କରିବା ସହ କୁଶ ପୁତ୍ତଳିକା ଦାହ କରିଥିଲେ। ବିଧାୟକ ସମର୍ଥନ ଗୋଷ୍ଠୀ ବାଇକ୍‌ ଶୋଭାଯାତ୍ରା କରି ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର ପାଇଁ ଦାବି କରିଥିଲେ। ଅନ୍ୟପଟେ ତୃଣମୂଳ ସ୍ତରରେ ଜିଲା ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଜିଲାର ସବୁ ବ୍ଲକକୁ ଯାଇ ବରିଷ୍ଠ କଂଗ୍ରେସ କାର୍ଯ୍ୟକର୍ତ୍ତା ଓ କର୍ମୀଙ୍କ ସହ ଆଲୋଚନା କରିଥିଲେ। ଆଲୋଚନା ପରେ ଜିଲା ସଭାପତି ଦାୟିତ୍ୱରୁ ବିଧାୟକ ଦାଶରଥି ଗମାଙ୍ଗଙ୍କୁ ହଟାଇ ନୂତନ ଭାବେ ଶଙ୍କର ପ୍ରଧାନଙ୍କୁ ଦାୟିତ୍ୱ ଦେଇଥିଲେ। ମଙ୍ଗଳବାର ରାଜ୍ୟସଭା ନିର୍ବାଚନରେ କଂଗ୍ରେସରୁ ନିଲମ୍ବିତ ହେବା ପରେ ପ୍ରଥମ କରି ବିଧାୟକ ମୋହନା ଆସିଛନ୍ତି। ସେ ବଷ୍ରିଷ୍ଠ କଂଗ୍ରେସ କର୍ମକର୍ତ୍ତା ଓ କର୍ମୀଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri