ପିସିସିଏଫଙ୍କୁ ବିଧାୟକଙ୍କ ଦାବି: ଇକୋ ଟୁରିଜିମ ସର୍କିଟର ଉନ୍ନୟନ…

ଦେବଗଡ,୬।୩(ଶଶାଙ୍କ ଶେଖର ଝାଙ୍କର):ପ୍ରଧାନପାଟ ଜଳ୍‌ପ୍ରପାତ ସମନ୍ବିତ ଇକୋ ଟୁରିଜିମ ସର୍କୀଟର ଉନ୍ନୟନ ନିମନ୍ତେ ଅନୁମତି ପ୍ରଦାନ ପାଇଁ ଦେବଗଡ ବିଧାୟକ ରୋମାଂଚ ରଞ୍ଜନ ବିଶ୍ୱାଳ ବନ ବିଭାଗର ପିସିସିଏଫଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ବିଧାୟକ ବିଶ୍ୱାଳ ଭୂବନେଶ୍ୱରର ଅରଣ୍ୟ ଭବନରେ ପିସିସିଏଫଙ୍କୁ ସାକ୍ଷାତ କରି ଏ ମର୍ମରେ ଏକ ଦାବି ପତ୍ର ପ୍ରଦାନ କରିଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ଦେବଡସ୍ଥିତ ରାଜ୍ୟର ଅନ୍ୟତମ ପର୍ଯ୍ୟଟନ ସ୍ଥଳୀ ପ୍ରଧାନପାଟ ଜଳପ୍ରପାତ ଓ ଏହାର ଚତୁଃପାର୍ଶ୍ୱରେ ବିକାଶ ଓ ସୌନ୍ଦର୍ଯ୍ୟୀକରଣ ନିମନ୍ତେ(ପ୍ରଧାନପାଟ ସମନ୍ବିତ ଉନ୍ନୟନ ସର୍କୀଟ)ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ଇତିମଧ୍ୟରେ ୧୬ କୋଟି ୬୬ ଲକ୍ଷ ୭୫ ହଜାର ୭୦୦ ଟଙ୍କାର ଆର୍ଥୀକ ଅନୁଦାନକୁ ପ୍ରଶାସନିକ ମଞ୍ଜୁରୀ ପ୍ରଦାନ କରିଛନ୍ତି । ମାତ୍ର ଏହି ପର୍ଯ୍ୟଟନ ସ୍ଥଳୀଟି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ରହିଥିବାରୁ ଏହାର କାର୍ଯ୍ୟାନ୍ବୟନ ନିମନ୍ତେ ବିଭାଗୀୟ ଅନୁମତି ବାଧକ ସାଜିଛି । ଫଳରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ ହେବାନେଇ ଆଶଙ୍କା ସୃଷ୍ଟି ହେବାସହ ଉପରୋକ୍ତ ଅନୁଦାନ ଅର୍ଥ ଫେରିଯିବା ନେଇ ନାନା କଳ୍ପନା ଜଳ୍ପନା ସୃଷ୍ଟି ହୋଇଛି । ପ୍ରସିଦ୍ଧ ପ୍ରଧାନପାଟ ଜଳ ପ୍ରପାତ ସମଗ୍ର ରାଜ୍ୟରେ ଦେବଗଡ ଜିଲାର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବେଳେ ପ୍ରସ୍ତାବିତ ପ୍ରକଳ୍ପ ଦ୍ୱାରା ଜିଲାର ଆର୍ଥିକ ଉନ୍ନତି ଘଟିବା ସହ ସ୍ଥାନୀୟ ଲୋକଙ୍କ ନିମନ୍ତେ ଜୀବିକା ସୃଷ୍ଟି କରିବାର ଉଜ୍ୱଳ ସମ୍ଭାବନା ରହିଛି । ଏଣୁ ଏହି ପ୍ରକଳ୍ପର ସଫଳ କାର୍ଯ୍ୟାନ୍ବୟନ ନିମନ୍ତେ ବିଭାଗ ପକ୍ଷରୁ ଆବଶ୍ୟକ ଅନୁମତି ପ୍ରଦାନ ନିମନ୍ତେ ବିଧାୟକ ଶ୍ରୀ ବିଶ୍ୱାଳ ପିସିସିଏଫଙ୍କୁ ପ୍ରଦାନ କରିଥିବା ସ୍ମାରକପତ୍ର ଜରିଆରେ ଦାବି ଜଣାଇଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri