ବିଧାୟକଙ୍କ ଦିଗପହଣ୍ଡି ଗସ୍ତ : ଚାରା ପୋତିଲେ, ଭତ୍ତା ବାଣ୍ଟିଲେ ଉଦ୍‌ଘାଟନ କଲେ….

ଦିଗପହଣ୍ଡି,୨୧।୬(ଅଶେଷ ନାଥ ମିଶ୍ର) ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶନିବାର ଦିଗପହଣ୍ଡି ଗସ୍ତ କରି ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦାନ କରି ଫେରିଛନ୍ତି। ବିଧାୟକ ଦିଗପହଣ୍ଡିସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଏବଂ ବଡଖେମୁଣ୍ଡି ହାଇସ୍କୁଲ ପଡିଆ ସ୍ଥିତ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମରେ ଏନଏସି ଏବଂ ବ୍ଲକ ପ୍ରଶାସନ ପକ୍ଷରୁ ମିଳିତ ଭାବେ ଆୟୋଜିତ ଆନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ ଦେଇଥିଲେ । ଶିଶୁ ବିଦ୍ୟାମନ୍ଦିର ପରିସରରେ ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ ବିଧାୟକ ଅତିଥି ଭାବେ ଯୋଗଦେଇ ଜାତୀୟ ସ୍ତରରେ ପ୍ରବନ୍ଧ ପ୍ରତିଯୋଗିତାରେ ସଫଳତା ପାଇ ନିକଟରେ ରାଷ୍ଟ୍ରପତି ପୁରସ୍କାରରେ ସମ୍ମାନିତ ହୋଇଥିବା ଶିଶୁ ବିଦ୍ୟାମନ୍ଦିର ଛାତ୍ରୀ ପ୍ରଜ୍ଞାରାଣୀ ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହି ସମ୍ବର୍ଦ୍ଧନା ସମାରୋହରେ ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ, ବିଦ୍ୟାମନ୍ଦିର ପ୍ରଧାନାଚାର୍ଯ୍ୟ ଷଷ୍ଠୀ ପ୍ରସାଦ ବିଷୋୟୀ ଏବଂ ଭଗବତୀ ପ୍ରସାଦ ମିଶ୍ର , ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ରାମଚନ୍ଦ୍ର ସାହୁ , ଉପସଭାପତି ପ୍ରଦୋଷ କୁମାର ପତି, ସମ୍ପାଦକ ପ୍ରକାଶ ଚନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ ଏସ. ସୁଶାନ୍ତ ଦୋରା, ଉପଦେଷ୍ଟା ରାମମୂର୍ତ୍ତୀ ଆଚାରୀ, ସନ୍ତୋଷ କୁମାର ପାଢୀ,କାମନା ପଣ୍ଡା , ବନିତା ପାତ୍ର, ଆଚାର୍ଯ୍ୟ ବାବୁଲା ପଣ୍ଡା ପ୍ରମୁଖ ଉପସ୍ଥିତଥିଲେ । ପରେ ବିଧାୟକ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଆହାନକ୍ରମେ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ ମା’ ପାଇଁ ଗଛଟିଏ ଅଭିଯାନରେ ଥାନା ନିକଟସ୍ଥ ଶ୍ମଶାନ ଏବଂ ବିଭିନ୍ନ ପୋଖରୀ ହିଡରେ ବିଭିନ୍ନ କିସମର ଔଷଧୀୟ ଚାରା ରୋପଣ କରିଥିଲେ । ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଆଙ୍କୋରଡା ପଞ୍ଚାୟତ ରାଜପୁର ଗ୍ରାମ ଶେଷରେ ଥିବା ଶ୍ରୀ ଯୋଗେଶର ମହାଦେବଙ୍କ ପୀଠରେ ଚାରା ରୋପଣ କାର୍ଯ୍ୟକ୍ରମରେ ଯୋଗଦେଇ ଦିଗପହଣ୍ଡି ପୁଞ୍ଜିକଂୟା ସ୍ଥିତ କବିସୂର୍ଯ୍ୟ ବଳଦେବ କଲ୍ୟାଣ ମଣ୍ଡପରେ ପହଞ୍ଚି ବିକାଶ ବାହନ ପରିକ୍ରମା ରଥକୁ ପତାକା
ଦେଖାଇ ଶୁଭାରମ୍ଭ କରିଥିଲେ । ଏଥିସହ ସେଠାରେ ଏନଏସି କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଆବାସ ନିର୍ମାଣ କାର୍ଯ୍ୟାଦେଶ ଏବଂ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ସେ ଅତିଥି ଭାବେ ଯୋଗଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା କିପରି ହିତାଧିକାରୀଙ୍କ ନିକଟରେ ପହଞ୍ଚି ପାରିବ ସେ ନେଇ ଆଲୋକପାତ କରିଥିଲେ । ସେ ୧୩ ଜଣ ହିତାଧିକାରୀଙ୍କୁ ଆବାସ ର୍ନିମାଣ କାର୍ଯ୍ୟାଦେଶ ଏବଂ ୩୬ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ କରି ଫେରିଥିଲେ । ବିଭିନ୍ନ କାର୍ଯ୍ୟକ୍ରମରେ ବିଧାୟକଙ୍କ ସହ ବିଡିିଓ ଅନାମିକା ପାଣ୍ଡେ, ତହସିଲଦାର ସନ୍ତୋଷ କୁମାର ସାହୁ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର , ଅତିରିକ୍ତ ତହସିଲଦାର ଆଶିଷ କୁମାର ନାୟକ , ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, ଉପାଧ୍ୟକ୍ଷା ପ୍ରତିନିଧି କେ.କୁନା,କାଉନସିଲର ନୀଳମାଧବ ଗୌଡ଼, ସୁଶାନ୍ତ କୁମାର ପାତ୍ର, ସୁନୀଲ କୁମାର ପଣ୍ଡା, ସନ୍ତୋସିନୀ ବେହେରା, ପ୍ରତିନିଧି ରମେଶ ଚନ୍ଦ୍ର ଜେନା, ଇ.ଶଙ୍କର, ଏନଏସି ସହକାରୀ ଯନ୍ତ୍ରୀ ଇଂ.ମମତା କୁମାରୀ ପଣ୍ଡା, ରାଜକିଶୋର ରଥ,ସନ୍ତୋଷ କୁମାର ପାଢ଼ୀ,ସତ୍ୟନାରାୟଣ ଦାସ ପ୍ରମୁଖ ବିଭିନ୍ନ ବିଭାଗୀୟ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?