ବିଧାୟକଙ୍କ ପାଖରେ ମୋରଡା ବ୍ଲକର ହିସାବ ନାହିଁ

ମୋରଡ଼ା,୧୭।୧୦(ସ୍ମାରକ ମାଜୀ): ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା ଯୋଜନାରେ ଗ୍ରାମାଞ୍ଚଳର ବିକାଶ ପ୍ରକ୍ରିୟା ଆଗକୁ ହେବାକୁ ଥିବା ବେଳେ ଆଜି ମୟୁରଭଞ୍ଜ ଜିଲାରେ ଏହାର ଶୁଭାରମ୍ଭ ହୋଇଛି l ଏହି ପରିପ୍ରେକ୍ଷୀରେ ମୋରଡ଼ା ବ୍ଲକ ଅଧୀନ ପାଟପୁରସ୍ଥିତ ମିନି ଷ୍ଟାଡିୟମ ଠାରେ ଆମ ଓଡିଶା ନବୀନ ଓଡିଶା ଯୋଜନାର ଶୁଭାରମ୍ଭ ହୋଇଯାଇଛି।
ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୋରଡା ବିଧାୟକ ରାଜକିଶୋର ଦାସ,ଏଡିଏମ ରୁଦ୍ରନାରାୟଣ ମହାନ୍ତି, ବିଡ଼ିଓ ଜୟକୃଷ୍ଣ ପାତ୍ର, ତହସିଲଦାର ଅନନ୍ତ କୁମାର ହାଁସଦା, ବ୍ଲକ ଅଧକ୍ଷ ପିଥନାଥ ସୋରେନ, ଉପାଧ୍ୟକ୍ଷା ଜେମାମଣି ମହାନ୍ତ, ଜିଲାପରିଷଦ ସଭ୍ୟ ଅଭିରାମ ଭୋଇ, ଜିଲା ପରିଷଦ ସଭ୍ୟା, ମିଶନଶକ୍ତି ମହିଳା ଏବଂ ହଜାର ହଜାର ଲୋକେ ଉପସ୍ଥିତ ଥିଲେ l ଭର୍ଚୁଆଲ ମୋଡ଼ରେ ମଞ୍ଚ ପରିଚାଳନା କରିଥିଲେ ୫ ଟି ସଚିବ ଭିକେ. ପାଣ୍ଡିଆନ। l
ମୟୁରଭଞ୍ଜ ଜିଲାର ବଡ଼ସାହି, ବାଙ୍ଗିରିପୋଷି, ବାରିପଦା ଓ଼ ମୋରଡା ର୍ନିବାଚନମଣ୍ଡଳୀ ପାଇଁ ୧୧୧କୋଟି ୫୦ ଲକ୍ଷ ବ୍ୟୟରେ ମୋଟା ୩ହଜାର ୮୧ଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲ ମୋଡ଼ରେ ଶୁଭାରମ୍ଭ କରିଥିଲେ।

ତେବେ ମୋରଡା ବ୍ଲକବାସୀଙ୍କ ଦୀର୍ଘଦିନର ଦାବି ଯଥା ରାଜାବନ୍ଧର ଉନ୍ନତିକରଣ ସହିତ ପର୍ଯ୍ୟଟନସ୍ଥଳୀର ମାନ୍ୟତା, ଚିତ୍ରଡା-ମୋରଡା ମୁଖ୍ୟ ରାସ୍ତାର ବିପଦ ସଙ୍କୁଳ ଅବସ୍ଥାରେ ଥିବା ଶିଳଦା ପୋଲର ନୂତନ ନର୍ମାଣ ପ୍ରଭୃତି ତଥା ମୋରଡା ବ୍ଲକର ଉନ୍ନତି ଦିଗରେ ବିଧାୟକ କଣ ବିକାଶ କରିଛନ୍ତି ସେ ବାବଦରେ କିଛି କହି ନ ଥିଲେ,ଯାହାକୁ ନେଇ ମୋରଡା ବ୍ଲକର ଉନ୍ନତିର ହିସାବ ବିଧାୟକ ଶ୍ରୀ ଦାସଙ୍କ ପାଖରେ ନାହିଁ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri