ଜଳସଙ୍କଟଙ୍କୁ ନେଇ ବିଧାନସଭାରେ ଉଦ୍‌ବେଗ ପ୍ରକାଶ କଲେ ବିଧାୟକ

ଗଜପତି,୨୭।୩(ଗିରିଧାରୀ ପରିଛା):ଜିଲାରେ ଦିନକୁ ଦିନ ତାପମାତ୍ରା ବଢ଼ୁଥିବା ବେଳେ ଚଳିତ ବର୍ଷ ଗ୍ରୀଷ୍ମ ଆରମ୍ଭରୁ ଗଜପତି ଜିଲା ଜଳସଙ୍କଟ ଦେଖିବାକୁ ମିଳିଛି। ଜିଲାରେ ବିଗତ ବର୍ଷ ଅଗଷ୍ଟ ମାସଠାରୁ ବର୍ଷା ଗାୟବ ହୋଇଯାଇଛି। ଜିଲାର ଜଳ ଉତ୍ସଗୁଡିକ ଶୁଷ୍କ ହୋଇଯାଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ କିପରି ଲୋକେ ଜଳସଂକଟରୁ ମୁକ୍ତ ହେବେ ସେ ନେଇ ବିଧାନସଭାରେ ମତବ୍ୟକ୍ତ କରିଛନ୍ତି। ମହେନ୍ଦ୍ରତନୟା ନଦୀରେ ଆନିକଟ ନିର୍ମାଣ କରି ଜଳ ସଂରକ୍ଷଣ ପାଇଁ ଲିକ୍ଷିତ ପ୍ରସ୍ତାବ ଦେବା ସହ ବିଭିନ୍ନ ପ୍ରକଳ୍ପ ନିର୍ମାଣ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି।

ଗତ କିଛି ବର୍ଷ ଧରି ପାରଳାଖେମୁଣ୍ଡି ରାଜ୍ୟର ଅନ୍ୟତମ ଉତପ୍ତ ସହର ପାଲଟିଛି। ବର୍ତ୍ତମାନ ଗ୍ରୀଷ୍ମତ୍‌ଋତୁ ଆରମ୍ଭ ହେଉଛି। ଏହି ସମୟରେ ପାରଳାଖେମୁଣ୍ଡି ସହରର ମୂଖ୍ୟ ଜଳଉତ୍ସ ଗୁଡ଼ିକ ଯଥା :- ମହେନ୍ଦ୍ରତନୟା ନଦୀ ସଂପୂର୍ଣ୍ଣ ଶୁଖିଯାଇ ମରୁଭୂମିର ଭ୍ରମ ସୃଷ୍ଟି କରୁଛି। ମହେନ୍ଦ୍ରତନୟା ନଦୀର ଉନ୍ନତି ପାଇଁ ପାରଳାଖେମୁଣ୍ଡି ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଅନେକ ପଦକ୍ଷେପ ଗ୍ରହଣ କରିଥିଲେ। ଏହି ନଦୀ ଉପରେ ପାରଳାଖେମୁଣ୍ଡି ସହରବାସୀ ସମ୍ପୂର୍ଣ୍ଣ ନିର୍ଭର କରିଥାନ୍ତି। କିନ୍ତୁ ଦୁଃଖର ବିଷୟ ରାଜ୍ୟ ସରକାରଙ୍କ ପକ୍ଷରୁ ସେଭଳି ଆଖିଦୃଶିଆ ପଦକ୍ଷେପ ନିଆଯାଇ ନାହିଁ। କିନ୍ତୁ ପଡୋଶୀ ଆନ୍ଧ୍ର ପ୍ରଦେଶ ଏହି ନଦୀ ଉପରେ ଡ୍ୟାମ ନିର୍ମାଣ କରି ନିଜର ବଡଭାଇ ପଣିଆ ଜାରି ରଖିଛି। ମହେନ୍ଦ୍ରତନୟା ନଦୀରେ ଓଡ଼ିଶା ରାଜ୍ୟ ସରକାରଙ୍କ ପକ୍ଷରୁ ଜଳ ଗଚ୍ଛିତ କରିରଖିବା ପାଇଁ ଡ୍ୟାମ ନିର୍ମାଣର ଆବଶ୍ୟକତା ରହିଛି।
ସହରର ଏହି ସମସ୍ୟା ପ୍ରତି ଗୁରୁତ୍ବ ପ୍ରଦାନ କରି ମହେନ୍ଦ୍ରତନାୟା ନଦୀରେ ଡ୍ୟାମ ନିର୍ମାଣ ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଧାୟକ ରୂପେଶ ଅନୁରୋଧ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri