ପଞ୍ଚାୟତ ନିର୍ବାଚନ ଅଣ୍ଟା ଭିଡ଼ା, ଗୁରୁମନ୍ତ୍ର ଦେଲେ ବିଧାୟକ

କୁନ୍ଦୁରା,(ସନ୍ତୋଷ ପ୍ରହରାଜ)୧୧/୧: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁଷାଙ୍ଗଗୁଡା କୋଲାବ ସେତୁ ନିକଟରେ କୁନ୍ଦୁରା ମଣ୍ଡଳ ସଭାପତି ପଦ୍ମନାଭ ବିଷୋୟୀଙ୍କ ନେତୃତ୍ୱରେ ଆଠ ପଞ୍ଚାୟତର କର୍ମୀଙ୍କୁ ନେଇ ବୈଠକ ଅନୁଷ୍ଠିତ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ କୋଟପାଡ଼ ବିଧାୟକ ରୂପୁ ଭତ୍ରା ମଧ୍ୟ ଉପସ୍ଥିତ ରହିଥିଲେ । ଏମପି ପ୍ରତିନିଧି ଅମ୍ବୁ ପାତ୍ର, ବିଧାୟକ ପ୍ରତିନିଧି ବଦ୍ରିନାରାୟଣ ଆଚାର୍ଯ୍ୟ, ନିର୍ବାଚନ ମଣ୍ଡଳୀ ସଂଯୋଜକ ବିନାୟକ ଆଚାର୍ଯ୍ୟ, ପୂର୍ବତନ ଜିଲ୍ଲା ସମ୍ପାଦକ ଉପେନ୍ଦ୍ର ଭଟ୍ଟ, ବରିଷ୍ଠ ନେତା ବିଜୟ ପଣ୍ଡା,ଟେମରାଜ ମାଝୀ, ହର ପ୍ରସାଦ ପାତ୍ର, ମୁନା ମହାନ୍ତି, ଚନ୍ଦ୍ରଧ୍ଵଜ ମାଙ୍ଗଲୀ ଏବଂ ତୁଷାର ଭଟ୍ଟ ପ୍ରମୁଖ ଉପସ୍ଥିତ ଥିଲେ।

ଦୀର୍ଘ ଦିନର ବ୍ୟବଧାନ ପରେ ଆଗାମୀ ପଞ୍ଚାୟତ ସ୍ତରୀୟ ନିର୍ବାଚନରେ ଜନ ସମର୍ଥନ ଏବଂ ଦଳକୁ ଅଧିକ ମଜଭୂତ କରିବା ନେଇ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ବିଧାୟକ। ବୁଥ ସ୍ତରୀୟ କମିଟି, ଲାଭାର୍ଥୀ କାର୍ଯ୍ୟ, ମନ କି ବାତ କାର୍ଯ୍ୟକ୍ରମ, ମଣ୍ଡଳ ସ୍ତରୀୟ ସଂଯୋଜନା, ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀ କିଭଳି ଭାବେ କର୍ମୀଙ୍କ ଦ୍ୱାରା କାରାଯାଇ ପାରିବ ତାକୁ ନେଇ ମଧ୍ୟ ସବିଶେଷ ଆଲୋଚନା କରିଥିଲେ ବିଧାୟକ । ସେହିଭଳି ଅଞ୍ଚଳରେ ରହିଥିବା ବିକାଶ ମୂଳକ ଯୋଜନା ନିମନ୍ତେ କିଭଳି ଲୋକଙ୍କ ନିକଟତର ହୋଇପାରିବ ସେନେଇ ମଧ୍ୟ ଆଲୋଚନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଆସନ୍ତା ପଞ୍ଚାୟତ ନିର୍ବାଚନ ପାଇଁ କିଭଳି ରଣନୀତି କାରାଯାଇ ନିଜ ବ୍ଲକରେ ଦଳ ପକ୍ଷରୁ ପଞ୍ଚାୟତ ସମିତି ଅଧ୍ୟକ୍ଷା କରାଯାଇପାରିବ ସେ ବିଷୟରେ କର୍ମୀଙ୍କ ମତାମତ ମାଗିଥିଲେ ବିଧାୟକ । ନିଜ ନିଜ ଅଞ୍ଚଳରେ ରହିଥିବା ଉନ୍ନତିମୂଳକ ସମସ୍ୟା ଗୁଡିକୁ ବ୍ଲକ ସ୍ତର କିମ୍ବା ଜିଲ୍ଲା ସ୍ତରକୁ ନେଇ ସେଗୁଡିକର ସମାଧାନ କରିବା ସହ ବିକଶିତ ଗ୍ରାମ ବିକଶିତ ଓଡିଶା ନିର୍ମାଣ କରିବାକୁ ସମସ୍ତେ ଶପଥ ନେବା ଉଚିତ ବୋଲି ସଂଯୋଜକ ବିନାୟକ ଆଚାର୍ଯ୍ୟ କହିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ପର୍ଶୁ ଘିଉରିଆ, ଲଛମନ ଭତ୍ରା, ତ୍ରିନାଥ ନାୟକ, ଦୟା ବାରିକ, ସୁନ୍ଦର ମାଳି ପ୍ରମୁଖ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବହୁତ ବିଳମ୍ବ ହେବା ପୂର୍ବରୁ ଆମେରିକା ସହିତ ଚୁକ୍ତି କରନ୍ତୁ.. ପୁଣି ଖୋଲା ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୧।୧: ଭେନେଜୁଏଲାରେ ଆମେରିକାର କାର୍ଯ୍ୟାନୁଷ୍ଠାନର କିଛି ଦିନ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବାକୁ କଡ଼ା ଚେତାବନୀ ଦେଇଛନ୍ତି । ଟ୍ରମ୍ପ କହିଛନ୍ତି ଯେ...

୭ ମାସର ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା

ଗଜପତି(ଗିରିଧାରୀ ପରିଛା)୧୧।୧: ଗଜପତି ଜିଲା ସେରଙ୍ଗ ଥାନା ଅଧୀନ ନାମନଗଡ଼ ଗ୍ରାମରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବିବାହର ୯ ମାସ ହୋଇଥିବା...

ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରି ପ୍ରଥମ ଦିନିକିଆ ଜିତିଲା ଭାରତ

ଭଦୋଦରା,୧୧।୧: ବିରାଟ କୋହଲିଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ଭଦୋଦରାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ...

IPLରୁ ମୁସ୍ତାଫିଜୁର ବାଦ୍, ବାଂଲାଦେଶର ଅମ୍ପାୟରଙ୍କୁ ଭାରତ ଆସିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୧।୧: ଗତ କିଛି ଦିନ ହେବ BCCI ଏବଂ ବାଂଲାଦେଶ କ୍ରିକେଟ ବୋର୍ଡ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। BCCI ନିର୍ଦ୍ଦେଶରେ KKR ଫ୍ରାଞ୍ଚାଇଜ୍ ଷ୍ଟାର୍...

କଟକରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

କଟକ,୧୧ା୧(କାର୍ତ୍ତିକ ସାହୁ): ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିବା ଭଳି ସଙ୍ଗୀନ ଅପରାଧିକ ଘଟଣା ବାଦାମବାଡ଼ି ଥାନା ଅଞ୍ଚଳରେ ଘଟିଛି। କାଠଯୋଡ଼ି ରିଂବନ୍ଧ ପାର୍ଶ୍ୱ...

ବସ ଧକ୍କାରେ ଯୁବକଙ୍କ ମୃତ୍ୟୁ; ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋକର୍ଣ୍ଣପୁର-ବଡଡୁମ୍ବୁଳା ରାସ୍ତାର ଶନିଶ୍ଚର ମନ୍ଦିର ନିକଟରେ ‘ବୀଣାପାଣି’ ନାମକ...

କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ

କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ...

ଘର ସମ୍ମୁଖରୁ ପିକ୍‌ଅପ୍‌ ଗାଡ଼ି ଚୋରି

ବଡ଼ଗାଁ,୧୧ା୧(ଅଶୋକ ଷଢ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁର ଯୁବ ବ୍ୟବସାୟୀ ଅମିତ ଅଗ୍ରୱାଲଙ୍କ ଘର ସମ୍ମୁଖରୁ ତାଙ୍କ ପିକଅପ ଗାଡି ଓଡି ୨୬ ଏ ୧୪୭୫କୁ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri