୬ ମାସ ଭିତରେ ବିଧାୟକ ଟଙ୍କାଟିଏ ଆଣିପାରିନାହାନ୍ତି: ନରେନ୍ଦ୍ର

ପାଲଲହଡ଼ା,୧୫।୧୨(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ାଠାରେ ଥିବା ଦ୍ୱିତୀୟ ଚିଲିକା, ଖୁଲୁଡି ଏବଂ ବୁଲାଝରକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବାକୁ ବିଧାୟକ ଅଶୋକ ମହାନ୍ତି ରାଜ୍ୟ ସରକାରଙ୍କ ବିଭିନ୍ନ ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରିବା ଅତ୍ୟନ୍ତ ହାସ୍ୟାସ୍ପଦ ବୋଲି ଜିଲା ବିଜେଡି ଉପସଭାପତି ନରେନ୍ଦ୍ର କୁମାର ଭୁକ୍ତା ଶନିବାର ଏକ ପ୍ରେସ୍‌ ବିଜ୍ଞପ୍ତିରେ କହିଛନ୍ତି। ବିଧାୟକଙ୍କୁ କଡ଼ା ସମାଲୋଚନା କରି ନରେନ୍ଦ୍ର କହିଛନ୍ତି, ପାଲଲହଡ଼ାରୁ ନିର୍ବାଚିତ ହେବାର ୬ ମାସ ପରେ ମଧ୍ୟ ବିଧାୟକ ନିଜ ନିର୍ବାଚନମଣ୍ଡଳୀର ବିକାଶ ପାଇଁ ଟଙ୍କାଟିଏର ନୂତନ ଅନୁଦାନ ଆଣି ନାହାନ୍ତି। ଦ୍ୱିତୀୟ ଚିଲିକା, ଖୁଲୁଡି ଏବଂ ବୁଲାଝରକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ମୁକେଶ ପାଲଙ୍କ ଅମଳରେ ପର୍ଯ୍ୟଟନସ୍ଥଳୀର ମାନ୍ୟତା ମିଳିସାରିଛି। ତେବେ ଏ ସମ୍ପର୍କରେ ବିଧାୟକ ମହାନ୍ତିଙ୍କ ସହ ଯୋଗାଯୋଗ ସମ୍ଭବ ହୋଇ ନ ପାରିବାରୁ ତାଙ୍କ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ,…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri