ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ ବିଷୟରେ ପଚାରି ବୁଝିଥିଲେ। ବିଶେଷ କରି ଅମଳ ଧାନ ସମ୍ପର୍କରେ ଚାଷୀଙ୍କ ସହ ଆଲୋଚନା କରିବା ସହ ଚଳିତ ବର୍ଷ ଧାନ କିପରି ହୋଇଛି ଆଦିକୁ ନେଇ ଆଲୋଚନା କରିଥିଲେ। ବିଧାୟକ ପାଣିଗ୍ରାହୀଙ୍କ ସହ ଚାଷୀମାନେ ଅମଳ ଧାନ ସମ୍ପର୍କରେ ବିଭିନ୍ନ ବିଷୟରେ କହିଥିବା ବେଳେ ଚଳିତ ବର୍ଷ ଧାର୍ଯ୍ୟ ତାରିଖରେ ଧାନ କିପରି ସରକାର କିଣିନେବେ ସେନେଇ ସୁବିଧା କରାଗଲେ ଉପକୃତ ହେବୁ ବୋଲି ଜଣାଇଥିଲେ। ତେବେ ଚଳିତ ବିଧାନସଭାର ଶୀତ ଅଧିବେଶନରେ ଏହି ପ୍ରସଙ୍ଗ ଉଠାଇଛି ଏବଂ ଗଜପତି ଜିଲାର ଚାଷୀମାନଙ୍କ ଧାନ ମକରସଂକ୍ରାନ୍ତି ପୂର୍ବରୁ କ୍ରୟ କରିବାକୁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିବାର ବିଧାୟକ ଚାଷୀଙ୍କୁ କହିଥିଲେ। ଏହା ସହ ଧାନ କ୍ରୟ ସମୟରେ ମଣ୍ଡିରେ କୌଣସି ସମସ୍ୟା ଉପୁଜିଲେ ଜଣାଇବା ପାଇଁ ଚାଷୀଙ୍କୁ ବିଧାୟକ କହିଥିଲେ। ବିଧାୟକଙ୍କ ସହ ଚାଷୀମାନେ ବେଶ ସମୟ କଥାବାର୍ତ୍ତା ହୋଇ ଖୁସି ପ୍ରକଟ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri