ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ସ୍ଵାମୀ ତଥା ସ୍ଥାନୀୟ ବ୍ଲକ୍ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ନାମରେ ମାମଲା ରୁଜୁ ହୋଇଛି। ଏହି ମାମଲା ପରେ ବ୍ଲକ ଅଧ୍ୟକ୍ଷ ମହାନ୍ତିଙ୍କୁ ନୋଟିସ ଦେବା ପାଇଁ ରବିବାର ବିଧାୟିକାଙ୍କ ଭୁବନେଶ୍ବର ସ୍ଥିତ ସରକାରୀ ବାସଭବନରେ କଳାହାଣ୍ଡି ପୋଲିସ୍ ପହଞ୍ଚି ଥିଲା। ହେଲେ ସେଠାରେ ମଧ୍ୟ ବ୍ଲକ ଅଧ୍ୟକ୍ଷ ମହାନ୍ତିଙ୍କୁ ପାଇନଥିଲା ପୋଲିସ। ଫଳରେ ସୋମବାର ନର୍ଲା ଜେଏମଏଫସି କୋର୍ଟରେ ୱାରେଣ୍ଟ ପାଇଁ ଆବେଦନ କରିଛି କଳାହାଣ୍ଡି ପୋଲିସ। ଯାହାକୁ ନେଇଁ ସାରା ଅଞ୍ଚଳରେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ତହସିଲଦାରଙ୍କୁ ଧମକ ସମେତ ୪ଟି ମାମଲା ତାଙ୍କ ନାମରେ ରହିଛି । ତିନିଟି ମାମଲାରେ ଚାର୍ଜସିଟ୍ କରିଛି ପୋଲିସ୍ । ଗଲା ସପ୍ତାହେ ଧରି ପୋଲିସ ବ୍ଲକ ଅଧ୍ୟକ୍ଷ ମହାନ୍ତିଙ୍କୁ ଖୋଜୁଥିବାବେଳେ ଏ ପର୍ଯ୍ୟନ୍ତ କୌଣସି ଟେର ପାଇନାହିଁ। ଅନ୍ୟପକ୍ଷରେ, ପୋଲିସ କୋର୍ଟରେ ୱାରେଣ୍ଟ ପାଇଁ
ଆବେଦନ କରିବା ପରେ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି।
ପ୍ରକାଶ ଯେ, ନର୍ଲା ତହସିଲଦାର ବିଭୁ ପ୍ରସାଦ ସିଂହଙ୍କ ଅଭିଯୋଗ ଅନୁସାରେ, ନର୍ଲା ବ୍ଲକ୍ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ବିଭିନ୍ନ ସରକାରୀ କାମରେ ହସ୍ତକ୍ଷେପ କରିବା ସହ ବାଧା ସୃଷ୍ଟି କରି ଆସୁଥିଲେ, ଯାହାକୁ ତହସିଲଦାର ବିରୋଧ କରିବା ପରେ ବ୍ଳକ୍ ଅଧ୍ୟକ୍ଷ ତହସିଲଦାରଙ୍କୁ ଫୋନ ଯୋଗେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ । ଏହାସହ ଜଣେ ଲୋକ ପ୍ରତିନିଧିଙ୍କ ପକ୍ଷରୁ ଜଣେ ସରକାରୀ କର୍ମଚାରୀଙ୍କ ପ୍ରତି ଏଭଲି ଆଚରଣ ସୁରକ୍ଷା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି ନର୍ଲା ତହସିଲଦାର ନିଜ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି ।
ଏହି ଘଟଣାକୁ ନେଇ ଗତ ୧୫ ମାର୍ଚ୍ଚ ୨୦୨୬ ତାରିଖରେ ନର୍ଲା ଥାନାରେ ଏକ ମାମଲା ନଂ (୭୨/୨୬)ରେ ରୁଜୁ ହୋଇଛି । ପୋଲିସ ଭାରତୀୟ ନ୍ୟାୟ ସଂହିତାର ଧାରା ୨୯୬, ୨୨୧, ୨୨୪, ୩୫୧(୨) ଏବଂ ୩୫୧(୩) ଅନୁସାରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri