ଉନ୍ନୟନମୂଳକ ଯୋଜନାର ଶୁଭ ଉଦ୍‌ଘାଟନ କଲେ ବିଧାୟକ

କୁନ୍ଦୁରା,୫ା୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ ରହିଥିବା ବିଭିନ୍ନ ପଞ୍ଚାୟତରେ ନୂତନ ଭାବେ ନିର୍ମିତ ଉନ୍ନୟନମୂଳକ ଯୋଜନାର ଶୁଭ ଉଦ୍‌ଘାଟନ କରିଛନ୍ତି କୋଟପାଡ଼ ବିଧାୟକ ରୂପୁ ଭତ୍ରା। ବିକଶିତ ଗ୍ରାମ ବିକଶିତ ଓଡ଼ିଶା ଅଧୀନରେ ରହିଥିବା ଉନ୍ନୟନମୂଳକ ଶୁଭାରମ୍ଭ କାର୍ଯ୍ୟକ୍ରମରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ବନିତା କାନ୍ଦଲିଆ, ଜିଲା ପରିଷଦ ଉପାଧ୍ୟକ୍ଷ ରାଧାବିନୋଦ ସାମନ୍ତରାୟ,ସମିତି ଉପାଧ୍ୟକ୍ଷ ତରୁଣୀସେନ ବିଷୋୟୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପି ମନସ୍ମିତା, କୁନ୍ଦୁରା ମଣ୍ଡଳ ସଭାପତି ପଦ୍ମନାଭ ବିଷୋୟୀ,ଏମ୍‌ପି ପ୍ରତିନିଧି ଅମ୍ବୁ ପାତ୍ର, ବିଧାୟକ ପ୍ରତିନିଧି ବଦ୍ରିନାରାୟଣ ଆଚାର୍ଯ୍ୟ, ବାଗଦେରୀ ସରପଞ୍ଚ ମାଣିକ ସାନ୍ତା,ରାଣୀଗୁଡ଼ା ସରପଞ୍ଚ ଶିବ ପ୍ରଧାନୀ, ବେଣୁଧର ପାତ୍ର, ତୁଷାର ଭଟ୍ଟପ୍ରମୁଖ ଉପସ୍ଥିତ ଥିଲେ। ରାଣୀଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଆଟି ଗାଁଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଭାବେ ନିର୍ମିତ ଭୋଗ ମଣ୍ଡପ ଏବଂ ରାଣୀଗୁଡ଼ା ସଦର ମହକୁମାଠାରେ ଏକ ଗୋଷ୍ଠୀ ସାଧନ କେନ୍ଦ୍ରର ଶୁଭ ଉଦ୍‌ଘାଟନ କରିଛନ୍ତି କୋଟପାଡ଼ ବିଧାୟକ। ସେହିଭଳି ଉପାନ୍ତ ବାଗଦେରୀ ପଞ୍ଚାୟତ ଅନ୍ତର୍ଗତ ବୁଦାଗୁଡ଼ାଠାରେ ଗ୍ରାମବାସୀଙ୍କ ସେବାରେ ଉଦ୍ଦିଷ୍ଟ ବନ ସୁରକ୍ଷା ସମିତି ଗୃହର ଶୁଭ ଉଦଘାଟନ କରିଛନ୍ତି ବିଧାୟକ। ପାହାଡ଼ ଜଙ୍ଗଲ ଘେରା ବୁଦାଗୁଡା ଗ୍ରାମକୁ ଲାଗି ରହିଥିବା ଜଙ୍ଗଲର ସୁରକ୍ଷା ନିମନ୍ତେ ଏହି ଗୃହ କରାଯାଇଥିବା ବିଧାୟକ କହିଛନ୍ତି। ଏଥିସହ ଏହି ଗ୍ରାମରେ ରହିଥିବା ପ୍ରାଥମିକ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ, ଠାକୁରାଣୀ ହୁଣ୍ଡି ଏବଂ ଭାଗବତ ଟୁଙ୍ଗି ନିମନ୍ତେ ବିଧାୟକ ପାଣ୍ଠିରୁ ୧୫ ଲକ୍ଷ ଟଙ୍କା ମଧ୍ୟ ପ୍ରଦାନ କରାଯାଇଥିବା ଗ୍ରାମବାସୀଙ୍କୁ ବିଧାୟକ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅଶ୍ରୁ ସାନ୍ତା, ନୀଳ ଅମନାତ୍ୟ, ବାସୁ ଦୁରୁଆ, ପର୍ଶୁରାମ ଘିଉରିଆ, ଉଦୟ ସାନ୍ତା ପ୍ରମୁଖ ଉପସ୍ଥିତ ଥିଲେ।

 Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri