ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ବିଧାୟକ

ଧାମନଗର, ୧୧।୧୦ (ଦେବେନ୍ଦ୍ର ଆନ୍ଦିଆ): ରାଜ୍ୟ ରାଜପଥର ମାନ୍ୟତା ପାଇଥିବା ଭଦ୍ରକ-ଆଖଣ୍ଡଳମଣି ରାସ୍ତା ଅବସ୍ଥା ଅତ୍ୟନ୍ତ ଜରାଜୀର୍ଣ୍ଣ। ମରଣଯନ୍ତା ପାଲଟିଥିବା ଏହି ରାସ୍ତାର ଅବସ୍ଥାକୁ ନେଇ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଭେଟିଛନ୍ତି। ସେ ମୁଖ୍ୟ ଶାସନ ସଚିବଙ୍କୁ ସାକ୍ଷାତ କରି ପୂର୍ତ୍ତ ବିଭାଗ ଅଧୀନ ଏହି ସଡ଼କର ଶୋଚନୀୟ ଅବସ୍ଥା ସମ୍ପର୍କରେ ଆଲୋଚନା କରିବା ସହ ଏହାର ଫଟୋ ଦେଖାଇଥିଲେ। ଭଦ୍ରକ, ତିହିଡ଼ି, ଧାମନଗର ଏବଂ ଚାନ୍ଦବାଲି ବ୍ଲକର ହଜାର ହଜାର ଲୋକଙ୍କ ସମେତ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁ ଦୈନିକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପାର୍ବଣ ପୂର୍ବରୁ ଉକ୍ତ ସଡ଼କର ମରାମତି ପାଇଁ ସେ ଦାବି କରିଛନ୍ତି। ବିଧାୟକଠାରୁ ଅବଗତ ହେବା ପରେ ମୁଖ୍ୟ ଶାସନ ସଚିବ ବିଭାଗୀୟ ମୁଖ୍ୟଯନ୍ତ୍ରୀ ଏବଂ ଇଆଇସିଙ୍କ ସହ କଥା ହୋଇଥିଲେ। ମୁଖ୍ୟ ଯନ୍ତ୍ରୀଙ୍କ ସୂଚନା ଅନୁସାରେ ଭଦ୍ରକ-ଆଖଣ୍ଡଳମଣି ରାସ୍ତାରୁ ସମ୍ପୂର୍ଣ୍ଣ ଗଛ କଟା ହୋଇ ନ ଥିଲାବେଳେ ବିଦ୍ୟୁତ୍‌ ଖୁଣ୍ଟ ଅପସାରଣ କାର୍ଯ୍ୟ ଶେଷ ହୋଇନାହିଁ, ଯେଉଁଥିପାଇଁ ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହୋଇପାରୁ ନାହିଁ। ତେବେ ନିକଟରେ ବିଭାଗ ପକ୍ଷରୁ ଗମନାଗମନ ଅନୁପୋଯୋଗୀ ହୋଇପଡ଼ିଥିବା ଭଦ୍ରକ-ଆଖଣ୍ଡଳମଣି ସଡ଼କର ଅସ୍ଥାୟୀ ମରାମତି କରାଯାଇ ଯାତାୟାତ ଉପଯୋଗୀ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ବିଧାୟକଙ୍କୁ କହିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri